ମଜାର-ଇ-ଶରିଫରେ ବିସ୍ଫୋରଣ, ଜଣେ ମୃତ-୫ ଆହତ…

କାବୁଲ,୧୧।୩ : ଦୁଇ ଦିନ ପରେ ଆଫଗାନିସ୍ତାନର ମଜାର-ଇ-ଶରିଫ ସହରରେ ପୁଣିଥରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ସହରରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ପୁରସ୍କାର କାର୍ଯ୍ୟକ୍ରମରେ ଶନିବାର ବୋମା ବିସ୍ଫୋରଣ ହୋଇଛି। ଯେଉଁଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୫ ଜଣ ଆହତ ହୋଇଛନ୍ତି। ବାଲ୍ଖ ପୋଲିସର ତାଲିବାନ ଦ୍ୱାରା ନିଯୁକ୍ତ ମୁଖପାତ୍ର ମହମ୍ମଦ ଆସିଫ ୱାଜିରୀ ସୂଚନା ଦେଇଛନ୍ତି ଯେ ଏକ ସମାରୋହରେ ଏହି ବୋମା ବିସ୍ଫୋରଣ ହୋଇଛି।

ଆସିଫ କହିଛନ୍ତି ଯେ ବାଲ୍ଖ ପ୍ରଦେଶର ରାଜଧାନୀ ମଜାର-ଇ-ଶରିଫ ସ୍ଥିତ ତାବିଆନ ଫରହଙ୍ଗ କେନ୍ଦ୍ରରେ ପୂର୍ବାହ୍ନ ସାଢ଼େ ୧୧ଟାରେ ଗଣମାଧ୍ୟମ ପ୍ରତିନିଧିମାନେ ଏକ ପୁରସ୍କାର ବିତରଣ ଉତ୍ସବ ପାଇଁ ଏକାଠି ହୋଇଥିଲେ।
ସୂଚନାଯୋଗ୍ୟ,ଦୁଇ ଦିନ ପୂର୍ବରୁ ମଜାର-ଇ-ଶରିଫରେ ଏକ ବୋମା ବିସ୍ଫୋରଣ ହୋଇଥିଲା। ଯେଉଁଥିରେ ପ୍ରାଦେଶିକ ଗଭର୍ନର ଦାଉଦ ମୁଜମଲ ଏବଂ ଅନ୍ୟ ଦୁଇଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଚାରିଜଣ ଆହତ ହୋଇଥିଲେ।

ମଜାର-ଇ-ସରିଫ ସହରରେ ଶନିବାର ହୋଇଥିବା ବିସ୍ଫୋରଣରେ ମୃତ୍ୟୁ ଘଟିଥିବା ବ୍ୟକ୍ତିଙ୍କ ପରିଚୟ ଜଣା ପଡି ନାହିଁ। କିନ୍ତୁ ଆହତ ହୋଇଥିବା ପାଞ୍ଚ ଜଣଙ୍କ ମଧ୍ୟରେ ଜଣେ ଗଣମାଧ୍ୟମ ପ୍ରତିନିଧି ଅଛନ୍ତି। ଏହି ଆକ୍ରମଣରେ ଆହତଙ୍କ ମଧ୍ୟରେ ଆର୍ଯ୍ୟ ନ୍ୟୁଜ ଟେଲିଭିଜନ ଷ୍ଟେଶନର ଗଣମାଧ୍ୟମ ପ୍ରତିନିଧି ନଜୀବ ଫରିଦ ମଧ୍ୟ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri