ମଜାର-ଇ-ଶରିଫରେ ବିସ୍ଫୋରଣ, ଜଣେ ମୃତ-୫ ଆହତ…

କାବୁଲ,୧୧।୩ : ଦୁଇ ଦିନ ପରେ ଆଫଗାନିସ୍ତାନର ମଜାର-ଇ-ଶରିଫ ସହରରେ ପୁଣିଥରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ସହରରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ପୁରସ୍କାର କାର୍ଯ୍ୟକ୍ରମରେ ଶନିବାର ବୋମା ବିସ୍ଫୋରଣ ହୋଇଛି। ଯେଉଁଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୫ ଜଣ ଆହତ ହୋଇଛନ୍ତି। ବାଲ୍ଖ ପୋଲିସର ତାଲିବାନ ଦ୍ୱାରା ନିଯୁକ୍ତ ମୁଖପାତ୍ର ମହମ୍ମଦ ଆସିଫ ୱାଜିରୀ ସୂଚନା ଦେଇଛନ୍ତି ଯେ ଏକ ସମାରୋହରେ ଏହି ବୋମା ବିସ୍ଫୋରଣ ହୋଇଛି।

ଆସିଫ କହିଛନ୍ତି ଯେ ବାଲ୍ଖ ପ୍ରଦେଶର ରାଜଧାନୀ ମଜାର-ଇ-ଶରିଫ ସ୍ଥିତ ତାବିଆନ ଫରହଙ୍ଗ କେନ୍ଦ୍ରରେ ପୂର୍ବାହ୍ନ ସାଢ଼େ ୧୧ଟାରେ ଗଣମାଧ୍ୟମ ପ୍ରତିନିଧିମାନେ ଏକ ପୁରସ୍କାର ବିତରଣ ଉତ୍ସବ ପାଇଁ ଏକାଠି ହୋଇଥିଲେ।
ସୂଚନାଯୋଗ୍ୟ,ଦୁଇ ଦିନ ପୂର୍ବରୁ ମଜାର-ଇ-ଶରିଫରେ ଏକ ବୋମା ବିସ୍ଫୋରଣ ହୋଇଥିଲା। ଯେଉଁଥିରେ ପ୍ରାଦେଶିକ ଗଭର୍ନର ଦାଉଦ ମୁଜମଲ ଏବଂ ଅନ୍ୟ ଦୁଇଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଚାରିଜଣ ଆହତ ହୋଇଥିଲେ।

ମଜାର-ଇ-ସରିଫ ସହରରେ ଶନିବାର ହୋଇଥିବା ବିସ୍ଫୋରଣରେ ମୃତ୍ୟୁ ଘଟିଥିବା ବ୍ୟକ୍ତିଙ୍କ ପରିଚୟ ଜଣା ପଡି ନାହିଁ। କିନ୍ତୁ ଆହତ ହୋଇଥିବା ପାଞ୍ଚ ଜଣଙ୍କ ମଧ୍ୟରେ ଜଣେ ଗଣମାଧ୍ୟମ ପ୍ରତିନିଧି ଅଛନ୍ତି। ଏହି ଆକ୍ରମଣରେ ଆହତଙ୍କ ମଧ୍ୟରେ ଆର୍ଯ୍ୟ ନ୍ୟୁଜ ଟେଲିଭିଜନ ଷ୍ଟେଶନର ଗଣମାଧ୍ୟମ ପ୍ରତିନିଧି ନଜୀବ ଫରିଦ ମଧ୍ୟ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri