ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି । ବାନୁରେ ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି, ଯେଉଁଠାରେ ଏକ ବିସ୍ଫୋରକ ଭର୍ତ୍ତି ଗାଡି ପୋଲିସ ପୋଷ୍ଟ ନିକଟକୁ ଆସୁଥିଲା । ସୁରକ୍ଷା କର୍ମୀମାନେ ଗାଡି ଉପରେ ଗୁଳି ଚଳାଇ ବିସ୍ଫୋରଣ କରିଥିଲେ।

ବିସ୍ଫୋରଣର ପ୍ରଭାବ ଯୋଗୁଁ ନିକଟବର୍ତ୍ତୀ ଅନେକ ଘରର ଛାତ ଭୁଶୁଡ଼ି ପଡ଼ିଥିଲା। ପୋଲିସ ପୋଷ୍ଟ କୋଠା ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିଲା ଏବଂ ଅନେକ ସୁରକ୍ଷାକର୍ମୀ ଭଗ୍ନାବଶେଷ ତଳେ ଫସି ରହିଥିଲେ। ବିସ୍ଫୋରଣ ପରେ, ଏକ ଗୋଷ୍ଠୀ ପୋଲିସ ପୋଷ୍ଟ ଉପରେ ଆକ୍ରମଣ ଆରମ୍ଭ କରିଥିଲା, ଯାହା ଫଳରେ ପ୍ରବଳ ଗୁଳି ବିନିମୟ ହୋଇଥିଲା।

ବାନ୍ନୁ ପୋଲିସର ଜଣେ ମୁଖପାତ୍ର କହିଛନ୍ତି ଯେ ଆକ୍ରମଣରେ ୧୫ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ହୋଇଛି ଏବଂ ଅନେକ ଆହତ ହୋଇଛନ୍ତି । ଏହି ଘଟଣାରେ କେତେ ଆକ୍ରମଣକାରୀଙ୍କ ମୃତ୍ୟୁ ହୋଇଛି କିମ୍ବା ସେମାନଙ୍କ ମଧ୍ୟରୁ କାହାକୁ ଗିରଫ କରାଯାଇଛି କି ନାହିଁ ସେ ସମ୍ପର୍କରେ ବର୍ତ୍ତମାନ କୌଣସି ସ୍ପଷ୍ଟ ସୂଚନା ନାହିଁ।

ଖାଇବର ପଖତୁନଖ୍ୱା ମୁଖ୍ୟମନ୍ତ୍ରୀ ମହମ୍ମଦ ସୋହେଲ ଆଫ୍ରିଦି ଏହି ଆକ୍ରମଣକୁ ନିନ୍ଦା କରିଛନ୍ତି ଏବଂ ଜୀବନ ଏବଂ ସମ୍ପତ୍ତି କ୍ଷତି ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ତାଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ସେ ଆହତମାନଙ୍କ ପାଇଁ ସର୍ବୋତ୍ତମ ସମ୍ଭାବ୍ୟ ଚିକିତ୍ସା ସୁନିଶ୍ଚିତ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେ ପୋଲିସ ପୋଷ୍ଟ ଉପରେ ଆକ୍ରମଣକୁ “ଅତ୍ୟନ୍ତ ଦୁଃଖଦ ଏବଂ କାପୁରୁଷତାପୂର୍ଣ୍ଣ କାର୍ଯ୍ୟ” ବୋଲି ଅଭିହିତ କରି କହିଛନ୍ତି, ଏପରି ଆକ୍ରମଣ ପୋଲିସ ଏବଂ ଜନସାଧାରଣଙ୍କ ମନୋବଳକୁ ଦୁର୍ବଳ କରିପାରିବ ନାହିଁ ବୋଲି କୁହାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?