ପାକିସ୍ତାନରେ ବିସ୍ଫୋରଣ: ୩୯ ମୃତ

ପେଶାଓ୍ବର,୩୧ା୭ : ଆଫଗାନିସ୍ତାନ ସୀମାକୁ ଲାଗିଥିବା ପାକିସ୍ତାନର ଖାଇବର ପଖତୁନ୍‌ଖ୍ବା ପ୍ରଦେଶ ଅନ୍ତର୍ଗତ ଏକ ଆଦିବାସୀ ଜିଲାରେ ରବିବାର ଅପରାହ୍ନରେ ଆତ୍ମଘାତୀ ବିସ୍ଫୋରଣ ଘଟି ୩୯ ଜଣଙ୍କ ମୃତ୍ୟୁ ହେବା ସହ ୧୨୩ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ହସ୍ପିଟାଲ ସୂତ୍ରରୁ ଜଣାପଡ଼ିଛି। ବଜାଉର ଆଦିବାସୀ ଜିଲାର ସଦର ମହକୁମା ଖାର୍‌ଠାରେ ରାଜନୈତିକ ଦଳ ଜାମିଆତ୍‌ ଉଲେମା-ଇ-ଇସ୍‌ଲାମ-ଫଜଲ (ଜେୟୁଆଇ-ଏଫ୍‌)ର ସମ୍ମିଳନୀ ଚାଲିଥିବାବେଳେ ବିସ୍ଫୋରଣ ଘଟିଥିଲା। ସମ୍ମିଳନୀରେ ୪୦୦ରୁ ଅଧିକ ଦଳୀୟ କର୍ମୀ ଓ ସମର୍ଥକ ଉପସ୍ଥିତ ଥିଲେ। ଦଳର କେନ୍ଦ୍ରୀୟ ନେତୃତ୍ୱ ପହଞ୍ଚତ୍ବାକୁ ଅପେକ୍ଷା କରାଯାଇଥିବାବେଳେ ହଠାତ୍‌ ବିସ୍ଫୋରଣ ଘଟିଥିଲା। ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ଆତଙ୍କ ଖେଳିଯିବା ସହ ଲୋକେ ଧାଁଦଉଡ଼ କରିଥିଲେ। ଆତ୍ମଘାତୀ ବୋମାଧାରୀ ମଞ୍ଚର ଅତି ନିକଟରେ ନିଜକୁ ବିସ୍ଫୋରଣରେ ଉଡ଼ାଇ ଦେଇଥିଲେ ବୋଲି ଖାଇବର ପଖତୁନ୍‌ଖ୍ବାର ସ୍ବାସ୍ଥ୍ୟମନ୍ତ୍ରୀ ରିଆଜ ଅନଓ୍ବର କହିଛନ୍ତି।

ବିସ୍ଫୋରଣ ସ୍ଥଳରେ ମୃତଦେହଗୁଡ଼ିକ ଛିଟିକି ପଡ଼ିଥିଲାବେଳେ ସ୍ବେଚ୍ଛାସେବୀମାନେ ଆହତମାନଙ୍କୁ ଆମ୍ବୁଲାନ୍ସରେ ଭର୍ତ୍ତି କରୁଥିବା ଦେଖାଯାଇଛି। ପାକିସ୍ତାନରେ ଅକ୍ଟୋବର କିମ୍ବା ନଭେମ୍ବରରେ ସାଧାରଣ ନିର୍ବାଚନ ହେବାକୁ ଥିବାବେଳେ ରାଜନୈତିକ ଦଳଗୁଡ଼ିକ ପ୍ରଚାର ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଆତ୍ମଘାତୀ ଆକ୍ରମଣ ପାଇଁ କୌଣସି ସଂଗଠନ ନିଜକୁ ଦାୟୀ କରିନାହାନ୍ତି। ତେବେ ଆଇଏସ୍‌ ଆତଙ୍କବାଦୀ ସଂଗଠନର ସ୍ଥାନୀୟ ଗୋଷ୍ଠୀ ସେଠାରେ ସକ୍ରିୟ ଥିବା କୁହାଯାଇଛି। ଦଳ ସହ ସମ୍ପୃକ୍ତ ଧର୍ମୀୟ ବିଦ୍ୱାନମାନଙ୍କୁ ଟାର୍ଗେଟ କରି ଆକ୍ରମଣ କରାଯିବ ବୋଲି ଗତବର୍ଷ ଆଇଏସ୍‌ କହିଥିଲା। ପାକ୍‌ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ରାଜ୍ୟର କାମଚଳା ମୁଖ୍ୟମନ୍ତ୍ରୀ ଆଜମ ଖାନ୍‌ ଘଟଣାର ତଦନ୍ତ କରନ୍ତୁ ବୋଲି ଜେୟୁଆଇ-ଏଫ୍‌ ମୁଖ୍ୟ ମୌଲାନା ଫଜଲୁର ରେହମାନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri