ବାଣ ବିସ୍ଫୋରଣ ଘଟଣା: ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି

ନିରାକାରପୁର,୬ା୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଭୂଷଣ୍ଡପୁର ଜେଟିରେ ଦୋଳ ଉତ୍ସବ ପାଇଁ ସୋମବାର ବାଣ ଭିଡ଼ାଯାଉଥିବା ସମୟରେ ବିସ୍ଫୋରଣ ଘଟି ୪ ଜଣଙ୍କ ମୃତ୍ୟୁ ହୋଇଥିଲା। ୩ଜଣ ଗୁରୁତର ହୋଇଥିଲେ। ଏହି ଗୁରୁତରଙ୍କ ମଧ୍ୟରୁ ପୁଣି ଜଣଙ୍କର ଜୀବନ ଯାଇଛି। ତେବେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି ପାଇଛି। ଏହି ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।