କାବୁଲ ସ୍କୁଲ ନିକଟରେ ବିସ୍ଫୋରଣ: ୨୫ ମୃତ

କାବୁଲ, ୯।୫: ଆଫଗାନିସ୍ତାନ ରାଜଧାନୀ କାବୁଲର ଏକ ମାଧ୍ୟମିକ ସ୍କୁଲ୍‌ ନିକଟରେ ଶନିବାର ବିସ୍ଫୋରଣ ଘଟିଛି। ଏଥିରେ ୨୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୫୨ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଅଧିକାଂଶ ଛାତ୍ରୀ। ସ୍କୁଲ୍‌ ଛୁଟି ପରେ ପିଲାମାନେ ଘରକୁ ଫେରୁଥିବାବେଳେ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ସ୍ଥଳରେ ପିଲାମାନଙ୍କ ବ୍ୟାଗ୍‌ ଏଣେତେଣେ ପଡ଼ିଥିବା ଦେଖାଯାଇଛି। ଆକ୍ରମଣ ପାଇଁ କୌଣସି ସଂଗଠନ ନିଜକୁ ଦାୟୀ କରିନାହାନ୍ତି। ୪୬ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମୁଖପାତ୍ର ଗୁଲାମ ଦସ୍ତାଗିର ନାଜାରି ସୂଚନା ଦେଇଛନ୍ତି। ଆଫଗାନିସ୍ତାନରୁ ଆମେରିକା ତା’ର ସୈନ୍ୟ ପ୍ରତ୍ୟାହାର କରିନେବା ଲାଗି ଗତମାସରେ ଘୋଷଣା କରିବା ପରେ କାବୁଲ ହାଇଆଲର୍ଟରେ ରହିଛି। ତାଲିବାନମାନେ ପୁଣି ଥରେ ସକ୍ରିୟ ହୋଇ ବିଭିନ୍ନ ସ୍ଥାନରେ ଆକ୍ରମଣ ଆରମ୍ଭ କରିଦେଇଛନ୍ତି। ଏହାବ୍ୟତୀତ ଶିହା ମୁସଲମାନ ବହୁଳ କାବୁଲ ପଶ୍ଚିମ ଭାଗରେ ଇସ୍‌ଲାମିକ ଷ୍ଟେଟ୍‌ (ଆଇଏସ୍‌) ଆତଙ୍କବାଦୀ ଅନେକ ସମୟରେ ଆକ୍ରମଣ କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri