ଲାହୋରରେ ବଡ ଧରଣର ବିସ୍ଫୋରଣ: ଜଣେ ଶିଶୁ ସମେତ ୨ ମୃତ, ୨୫ ଆହତ

ଲାହୋର,୨୦ ।୧: ପାକିସ୍ତାନର ଲାହୋରରେ ଲୋହାରୀ ଗେଟ ନିକଟରେ ଗୁରୁବାର ବଡ ଧରଣର ବିସ୍ଫୋରଣ ହୋଇଛି । ମିଳିଥିବା ଖବର ଅନୁଯାୟୀ, ଏପର୍ଯ୍ୟନ୍ତ ଏହି ବିସ୍ଫୋରଣରେ ୨ ଜଣଙ୍କ ମୃତ୍ୟୁ ହେବା ସହ ୨୫ ଲୋକ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଜଣେ ଶିଶୁ ରହିଛନ୍ତି । ଆଗକୁ ମୃତାହତଙ୍କ ସଂଖ୍ୟା ବଢିପାରେ ବୋଲି କୁହାଯାଉଛି । ବିସ୍ଫୋରଣ ଦ୍ୱିପ୍ରହରରେ ହୋଇଥିବା ବେଳେ ଏହା ଏତେ ଶକ୍ତିଶାଳୀ ଥିଲା ଯେ ଆଖପାଖର ଦୋକାନ, ଘର ଆଦିର କବାଟ ,ଝରକା କାଚ ଆଦି ଭାଙ୍ଗି ଯାଇଛି । ସ୍ଥାନୀୟ ପୋଲିସ ଅଧିକାରୀଙ୍କ ସୂଚନା ଅନୁଯାୟୀ, ବିସ୍ଫୋରଣ ସ୍ଥାନରେ ୧.୫ ଫୁଟର ଫାଟ ସୃଷ୍ଟି ହୋଇଛି । ଆହତଙ୍କୁ ନିକଟସ୍ଥ ମାୟୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବିସ୍ଫୋରଣ ସ୍ଥାନଟି ଏକ ଜନଗହଳି ପୂର୍ଣ୍ଣ ସ୍ଥାନ ହୋଇଥିବା ବେଳେ ସେଠାକୁ ପ୍ରତିଦିନ ଶହ ଶହ ଲୋକଙ୍କର ଯାତାୟତ ରହିଥାଏ । ଏଠାରେ ବିଭିନ୍ନ ପ୍ରକାର ଦୋକାନ ବଜାର ରହିଥିବା ବେଳେ ମୃତାହତଙ୍କ ସଂଖ୍ୟା ଅଧିକ ହୋଇଥିବା କୁହାଯାଉଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଆହତଙ୍କ ମଧ୍ୟରେ ୪ ଜଣ ଗୁରୁତର ଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri