ମ୍ୟାଚ ବେଳେ ଷ୍ଟାଡିୟମ ନିକଟରେ ବିସ୍ଫୋରଣ: ବାବର, ଆଫ୍ରିଦିଙ୍କୁ ସୁରକ୍ଷିତ ସ୍ଥାନାନ୍ତର

କ୍ୱେଟ୍ଟା,୫ା୨: କ୍ୱେଟ୍ଟା ଷ୍ଟାଡିୟମରେ ଏକ ପ୍ରଦର୍ଶନୀ ମ୍ୟାଚ୍‌ ଖେଳା ଯାଉଥିବା ବେଳେ ଷ୍ଟାଡିୟମର କିଛି ଦୂରରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ସମୟରେ ପାକିସ୍ତାନ ଅଧିନାୟକ ବାବର ଆଜମ ଓ କିମ୍ବଦନ୍ତୀ ଶାହିଦ୍‌ ଆଫ୍ରିଦି ଷ୍ଟାଡିୟମରେ ଉପସ୍ଥିତ ଥିଲେ। ତେବେ ମ୍ୟାଚ ପରେ ଉଭୟ ଖେଳାଳିଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

ଫେବୃୟାରୀ ୧୩ରେ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଆରମ୍ଭ ହେବ। ବେଲୁଚିସ୍ତାନର ଫ୍ୟାନଙ୍କ ଦାବି ପରେ ପ୍ରଥମ ଥର ଭେନ୍ୟୁର ମାନ୍ୟତା ପାଇଥିବା କ୍ୱେଟ୍ଟାର ନଓ୍ବାବ ଆକବର ବୁଗତି ଷ୍ଟାଡିୟମରେ କ୍ୱେଟ୍ଟା ଗ୍ଲାଡିଏଟର୍ସ ଏବଂ ପେଶାଓ୍ବର ଜାଲମୀ ମଧ୍ୟରେ ପ୍ରଦର୍ଶନୀ ମ୍ୟାଚ୍‌ ଖେଳାଯାଉଥିଲା। ସେତିକିବେଳେ ଷ୍ଟାଡିୟମର କିଛି ଦୂରରେ ପୋଲିସ କଲୋନୀରେ ଏକ ବିସ୍ଫୋରଣ ଘଟିଥିଲା। ପରେ କଡ଼ା ସୁରକ୍ଷା ମଧ୍ୟରେ ଖେଳାଳିଙ୍କୁ ଡ୍ରେସିଂ ରୁମ୍‌କୁ ନିଆଯାଇଥିଲା। ହେଲେ ପୋଲିସ ପକ୍ଷରୁ ସବୁଜ ସଙ୍କେତ ପରେ ପୁଣି ମ୍ୟାଚ୍‌ ହୋଇଥିଲା। ତେହରିକ୍‌ ଏ ତାଲିବାନ ପାକିସ୍ତାନ(ଟିଟିପି) ଏହି ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରିଛି। ଏହି ବିସ୍ଫୋରଣରେ ୫ ଜଣ ଆହତ ହୋଇଥିବା ଜଣାପଡିଛି। କିଛି ଦିନ ତଳେ ପେଶାଓ୍ବରରେ ଏକ ମସ୍‌ଜିଦ ଭୟଙ୍କର ବିସ୍ଫୋରଣ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri