ମ୍ୟାଚ ବେଳେ ଷ୍ଟାଡିୟମ ନିକଟରେ ବିସ୍ଫୋରଣ: ବାବର, ଆଫ୍ରିଦିଙ୍କୁ ସୁରକ୍ଷିତ ସ୍ଥାନାନ୍ତର

କ୍ୱେଟ୍ଟା,୫ା୨: କ୍ୱେଟ୍ଟା ଷ୍ଟାଡିୟମରେ ଏକ ପ୍ରଦର୍ଶନୀ ମ୍ୟାଚ୍‌ ଖେଳା ଯାଉଥିବା ବେଳେ ଷ୍ଟାଡିୟମର କିଛି ଦୂରରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ସମୟରେ ପାକିସ୍ତାନ ଅଧିନାୟକ ବାବର ଆଜମ ଓ କିମ୍ବଦନ୍ତୀ ଶାହିଦ୍‌ ଆଫ୍ରିଦି ଷ୍ଟାଡିୟମରେ ଉପସ୍ଥିତ ଥିଲେ। ତେବେ ମ୍ୟାଚ ପରେ ଉଭୟ ଖେଳାଳିଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

ଫେବୃୟାରୀ ୧୩ରେ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଆରମ୍ଭ ହେବ। ବେଲୁଚିସ୍ତାନର ଫ୍ୟାନଙ୍କ ଦାବି ପରେ ପ୍ରଥମ ଥର ଭେନ୍ୟୁର ମାନ୍ୟତା ପାଇଥିବା କ୍ୱେଟ୍ଟାର ନଓ୍ବାବ ଆକବର ବୁଗତି ଷ୍ଟାଡିୟମରେ କ୍ୱେଟ୍ଟା ଗ୍ଲାଡିଏଟର୍ସ ଏବଂ ପେଶାଓ୍ବର ଜାଲମୀ ମଧ୍ୟରେ ପ୍ରଦର୍ଶନୀ ମ୍ୟାଚ୍‌ ଖେଳାଯାଉଥିଲା। ସେତିକିବେଳେ ଷ୍ଟାଡିୟମର କିଛି ଦୂରରେ ପୋଲିସ କଲୋନୀରେ ଏକ ବିସ୍ଫୋରଣ ଘଟିଥିଲା। ପରେ କଡ଼ା ସୁରକ୍ଷା ମଧ୍ୟରେ ଖେଳାଳିଙ୍କୁ ଡ୍ରେସିଂ ରୁମ୍‌କୁ ନିଆଯାଇଥିଲା। ହେଲେ ପୋଲିସ ପକ୍ଷରୁ ସବୁଜ ସଙ୍କେତ ପରେ ପୁଣି ମ୍ୟାଚ୍‌ ହୋଇଥିଲା। ତେହରିକ୍‌ ଏ ତାଲିବାନ ପାକିସ୍ତାନ(ଟିଟିପି) ଏହି ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରିଛି। ଏହି ବିସ୍ଫୋରଣରେ ୫ ଜଣ ଆହତ ହୋଇଥିବା ଜଣାପଡିଛି। କିଛି ଦିନ ତଳେ ପେଶାଓ୍ବରରେ ଏକ ମସ୍‌ଜିଦ ଭୟଙ୍କର ବିସ୍ଫୋରଣ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଅଗଷ୍ଟ ୧୫ରୁୁ ୪ ରାଶିଙ୍କ ଫିଟିବ ଭାଗ୍ୟ! ବୁଧ କରିବେ ବମ୍ପର ଲାଭ…

ବୁଧ ଗ୍ରହ ନିଜ ନକ୍ଷତ୍ର ‘ଅଶ୍ଲେଷା’ରେ ପ୍ରବେଶ କରିବେ। ନିଜ ନକ୍ଷତ୍ରରେ ପ୍ରବେଶ କରୁଥିବାରୁ ଏହା ଅନେକ ଗୁଣା ଲାଭଦାୟକ ପ୍ରମାଣିତ ହେବ। ଏହାର ସକାରାତ୍ମକ ପ୍ରଭାବ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri