ଆଫଗାନିସ୍ତାନ ମସଜିଦରେ ଆତ୍ମଘାତି ବିସ୍ଫୋରଣ, ୨୦ ମୃତ ୨୦୦ରୁ ଅଧିକ ଆହତ

କାବୁଲ,୨ ।୯: ଆଫଗାନିସ୍ତାନର ହେରାତ ସହରରେ ଶୁକ୍ରବାର ଜୁମେ ନମାଜ ସମୟରେ ଏକ ମସଜିଦ ବାହାରେ ଖୁବଜୋର ବିସ୍ଫୋରଣ ହୋଇଛି । ରିପୋର୍ଟରେ କୁହାଯାଇଛି କି ମସଜିଦର ଇମାମଙ୍କର ବିସ୍ଫୋରଣରେ ମୃତ୍ୟୁ ହୋଇଛି । ଏହାସହ ସାଧାରଣ ଜନତାଙ୍କ ମୃତ୍ୟୁ ବି ହୋଇଛି । ମୃତକଙ୍କ ସଂଖ୍ୟା ଅଫିସିୟାଲି ଘୋଷଣା କରାଯାଇନାହିଁ ।
ପୋଲିସର ସୂଚନା ଅନୁଯାୟୀ, ପଶ୍ଚିମ ଆଫଗାନିସ୍ତାନ ସହର ହେରାତ ମସଜିଦ ବାହାରେ ହୋଇଥିବା ବିସ୍ଫୋରଣରେ ତାଲିବାନ ସମର୍ଥିତ ହାଇ ପ୍ରୋଫାଇଲ ଇମାମ ଓ ସାଧାରଣ ଜନତାଙ୍କ ମୃତ୍ୟୁ ହୋଇଛି । ତାଲିବାନି ଅଧିକାରୀମାନେ ବିସ୍ଫୋରଣ ସମ୍ପର୍କରେ ସୂଚନା ଦେଇଛନ୍ତି । ଅଧିକାରୀଙ୍କ ସୂଚନା ଅନୁଯାୟୀ, ମସଜିଦର ମୌଲବି ମୁଜହି ଅଲ ରହମାନ ଅଂସାରିଙ୍କର ବିସ୍ଫୋରଣରେ ମୃତ୍ୟୁ ହୋଇଛି । ତାଲିବାନର ପ୍ରବକ୍ତା ଅଫିସିୟାଲି ସୂଚନା ଦେଇଛନ୍ତି ହେରାତରେ ଦୁଇଟି ବିସ୍ଫୋରଣ ହୋଇଛି । ସ୍ଥାନୀୟ ସୂତ୍ରର ସୂଚନା ଅନୁଯାୟୀ, ବିସ୍ଫୋରଣରେ ୨୦ ଜଣଙ୍କ ମୃତ୍ୟୁ ହେବା ସହ ୨୦୦ରୁ ଅଧିକ ଆହତ ହୋଇଛନ୍ତି । ଆଗକୁ ମୃତାହତଙ୍କ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?