ଜେନାପୁର,୪ା୪(ଡି.ଏନ.ଏ.): ଧର୍ମଶାଳା ତହସିଲ ପକ୍ଷରୁ ୨୦୧୯ ସେପ୍ଟେମ୍ବର ୧୧ରେ ଜେନାପୁର ଥାନା ଅନ୍ତର୍ଗତ ମୁକୁନ୍ଦପୁର ଗ୍ରାମ ସଂଲଗ୍ନ ବାଘୁଆ ୪ନଂ. କଳାପଥର ଖାଦାନ ଉପରେ ୧୪୪ ଧାରା ଜାରି କରାଯାଇଥିଲା। ପୋଲିସ ଉପସ୍ଥିତିରେ ସେଠାରେ ନାଲି ପତାକା ଓ ସୂଚନାଫଳକ ଲଗାଯାଇ ସମ୍ପୃକ୍ତ ଖାଦାନ ଅଞ୍ଚଳକୁ ଯିବା ଦଣ୍ଡନୀୟ ଅପରାଧ ବୋଲି ଡାକବାଜି ଯନ୍ତ୍ରଦ୍ୱାରା ଘୋଷଣା କରାଯାଇଥିଲା। ଏଥିସହିତ ପ୍ରଶାସନ ପକ୍ଷରୁ ସଇରାତ ପ୍ରବେଶ ପଥକୁ ଖୋଳି ମେଶିନ ଓ ଗାଡ଼ି ଯିବା ବାଟ ବନ୍ଦ କରାଯାଇଥିଲା। କିନ୍ତୁ ପଥର ମାଫିଆମାନେ ପ୍ରଶାସନର ଏସବୁ ନିୟମକୁ ବେଖାତିର କରି ପୁଣି ବ୍ଲାଷ୍ଟିଂ ଆରମ୍ଭ କରିଛନ୍ତି। କିଛିଦିନ ହେବ ଉକ୍ତ ବେଆଇନ ଖାଦାନରେ ଦିନ ରାତି ବ୍ଲାଷ୍ଟିଂ କରାଯାଉଛି। ତେବେ ୧୪୪ ଧାରା ଜାରି ପରେ ପୋଲିସ ହେପାଜତକୁ ଯାଇଥିବା ଏହି ଖାଦାନ କିପରି ଚାଲିଲା ତାହାକୁ ନେଇ ଆଲୋଚନା ଜୋର ଧରିଛି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ରାଜସ୍ବ ବିଭାଗ ପକ୍ଷରୁ ଆଖିଦୃଶିଆ ପଦକ୍ଷେପ ନିଆଯାଉ ନ ଥିବାରୁ ବିଭାଗର ସାଧୁତା ଉପରେ ପ୍ରଶ୍ନବାଚୀ ସୃଷ୍ଟିହୋଇଛି।
ପ୍ରଶାସନର କୋହଳ ମନୋଭାବ ଯୋଗୁ ବେଆଇନପଥର ମାଫିଆ ସକ୍ରିୟ ହୋଇ ଉଠିଛନ୍ତି। ପ୍ରତ୍ୟେକ ଦିନ ଢୋଢା ଶବ୍ଦରେ ଅଞ୍ଚଳବାସୀ ଅତିଷ୍ଠ ହୋଇପଡୁଛନ୍ତି। ବିସ୍ଫୋରଣ ଶବ୍ଦ ଓ ତୀବ୍ରତା ଯୋଗୁ ଅଞ୍ଚଳବାସୀଙ୍କ ବାସସ୍ଥାନ ପ୍ରତି ବିପଦ ସୃଷ୍ଟି ହେଉଛି। ଏପରି କି ଅଞ୍ଚଳର ବହୁ ଶ୍ରମିକଙ୍କ ଜୀବନ ମୃତ୍ୟୁମୁଖକୁ ଠେଲି ହୋଇଯାଇଛି। କିଛି ଦିନ ତଳେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ବେଆଇନ ଭାବେ ଚାଲିଥିବା ବହୁ କ୍ରଶର ଭଙ୍ଗା ଯାଇଥିବା ବେଳେ ଏକାଧିକ କ୍ରଶରକୁ ସିଲ୍ କରାଯାଇଥିଲା। ତେଣୁ ବେଆଇନ ଖାଦାନ ବନ୍ଦ ପାଇଁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିବାକୁ ସ୍ଥାନୀୟ ଜନସାଧାରଣ ଦାବି କରିଛନ୍ତି। ଏ ସମ୍ପର୍କରେ ପ୍ରତିକ୍ରିୟା ଲାଗି ତହସିଲଦାର ସ୍ବାଗତ କୁମାର ଦାସଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ୍ ଉଠାଇ ନ ଥିଲେ।
Posted inHome, Home Left, ଆମ ଜିଲା ଖବର, ଯାଜପୁର View All
ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…
ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…
ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…
ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…
ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍ ପରୀକ୍ଷା, ବାଇକ୍ ସହ ଦୁର୍ଘଟଣା ପରେ ଟ୍ରକ୍ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ
ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…
ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…
ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…
ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍, ଅର୍ଥ ଅନୁମୋଦନ କେବେ…?
ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…
କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …
ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…
‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼
ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…
ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ
ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…
Archives

