ଘୋଡ଼ାହାଡ଼ ନଦୀକୁ ଗାଧୋଇବାକୁ ଯାଇ ଫେରିଲେନି, ଗଣ୍ଡରେ ବୁଡ଼ିଯାଇ ଚାଲିଗଲା…

ଦିଗପହଣ୍ଡି,୨୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ଗ୍ରାମର ଜଣେ ଦୃଷ୍ଟିହୀନ ବୃଦ୍ଧ ଘୋଡ଼ାହାଡ଼ ନଦୀରେ ଗାଧୋଉଥିବା ବେଳେ ବୁଡିଯାଇ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ ଉଜ୍ଜଳ ବରାଡ଼(୬୦)। ଉଜ୍ଜଳ ଗୁରୁବାର ସକାଳେ ନଦୀକୁ ଗାଧୋଇବାକୁ ଯାଇଥିଲେ। ଅସାବଧାନତା କାରଣରୁ ସେ ନଦୀର ଗଭୀର ଗଣ୍ଡ ମଧ୍ୟରେ ବୁଡ଼ି ଯାଇଥିଲେ। ଆଖପାଖରେ ଥିବା କିଛି ବ୍ୟକ୍ତି ତାଙ୍କୁ ଉଦ୍ଧାର ପାଇଁ ଚେଷ୍ଟା କରି ବିଫଳ ହେବାପରେ ସାନଖେମୁଣ୍ଡି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀ ବୃନ୍ଦ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଅଚେତ ଅବସ୍ଥାରେ ନିକଟସ୍ଥ ଆଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପାଟପୁର ଥାନା ପୋଲିସ ଅପମୃତ୍ୟୁ ମାମଲା ନଂ.୨୬/୨୫ ଅନୁଯାୟୀ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାରଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଶୋକାକୂୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…

ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଦିଗପହଣ୍ଡିରେ ଦଣ୍ଡନାଚ ପାଇଁ ନିୟମାବଳୀ ଜାରି: ଅଶ୍ଳୀଳ ନୃତ୍ୟ ଗୀତ ଉପରେ କଟକଣା, ଉଲ୍ଲଂଘନ କଲେ…

ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ମା ‘ ରୁଦ୍ରକାଳୀ ଙ୍କ ଦଣ୍ଡନାଚ ପରିବେଷଣ ପାଇଁ ଗଞ୍ଜାମ ଜିଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ଏନଏସି…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri