Posted inଖେଳ

ଦୃଷ୍ଟିବାଧିତ ମହିଳା କ୍ରିକେଟ ପ୍ରଶିକ୍ଷଣ ଓ ଆତ୍ମରକ୍ଷା କୌଶଳ ତାଲିମ ଶିବିର

ଭୁବନେଶ୍ୱର, ୪।୨(କ୍ରୀଡ଼ା ପ୍ରତିନିଧି): ଭାରତୀୟ ଦୃଷ୍ଟିହୀନ କ୍ରିକେଟ୍‌ ସଂଘ (କାଭି ଓଡ଼ିଶା) ଓ ସମର୍ଥନମ୍‌ ଟ୍ରଷ୍ଟ ଫର୍‌ ଦି ଡିସାବୁଲ୍‌ର ସହଯୋଗରେ ଦୃଷ୍ଟିବାଧିତ ମହିଳାମାନଙ୍କ ନିମନ୍ତେ ୫ ଦିନିଆ କ୍ରିକେଟ୍‌ ପ୍ରଶିକ୍ଷଣ ଓ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଖୋର୍ଦ୍ଧାର ବାଣପୁରସ୍ଥିତ ନେହେରୁ ସେବାସଂଘଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ନେହେରୁ ସେବା ସଂଘ ଦୃଷ୍ଟିହୀନ ବିଦ୍ୟାଳୟର ୩୦ ଜଣ ଦୃଷ୍ଟିବାଧିତ ଛାତ୍ରୀ ଅଂଶଗ୍ରହଣ କରିଥିଲେ। ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ବାଣପୁର ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀ ସନାତନ ଜାଲି ମୁଖ୍ୟ ଅତିଥି, ନେହେରୁ ସେବା ସଂଘର ସମ୍ପାଦକ ସରୋଜିନୀ ଦାସ, ନେହେରୁ ସେବା ସଂଘର କୋଷାଧ୍ୟକ୍ଷ ଓମ୍‌ ପ୍ରକାଶ ଅଗ୍ରୱାଲ, ଖୋର୍ଦ୍ଧା କରାଟେ ଆସୋସିଏଶନ୍‌ର ସମ୍ପାଦକ ଦୀପକ ସାମନ୍ତରାୟ, ନେହେରୁ ସେବା ସଂଘ ପରିସରରେ ଥିବା ଶିଶୁ ଯତ୍ନ ଅନୁଷ୍ଠାନର ଅଧ୍ୟକ୍ଷ ବୀରେନ୍ଦ୍ର ତ୍ରିପାଠୀ, ଓଡ଼ିଶା ଦୃଷ୍ଟିହୀନ କ୍ରିକେଟ୍‌ ସଂଘର ସଭାପତି ତଥା ଆନ୍ତର୍ଜାତିକ କ୍ରିକେଟ୍‌ ତାରକା ମହମ୍ମଦ ଜାଫର ଇକବାଲ ଏବଂ ଅନ୍ତର୍ଜାତୀୟ ଦୃଷ୍ଟିହୀନ କ୍ରିକେଟ୍‌ ଖେଳାଳି ସୁଖରାମ ମାଝି ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। କାଭି ପକ୍ଷରୁ ସମସ୍ତ ଅତିଥିଙ୍କୁ ଉପଢୌକନ ଏବଂ ଦୃଷ୍ଟିବାଧିତଙ୍କ ପାଇଁ ଉଦ୍ଦିଷ୍ଟ କ୍ରିକେଟ୍‌ ବଲ୍‌ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।
ଶିବିରରେ କାଭି ଓଡ଼ିଶାର ପ୍ରଶିକ୍ଷକ ତଥା ଓଡ଼ିଶା ଦୃଷ୍ଟିବାଧିତ କ୍ରିକେଟ୍‌ ଖେଳାଳି ଶୁକଦେବ ସରେନ୍‌ ପ୍ରଶିକ୍ଷଣ ଦେଇଥିଲେ। ଓଡ଼ିଶା ଦୃଷ୍ଟିହୀନ କ୍ରିକେଟ୍‌ ସଂଘର କର୍ମଚାରୀ ଚିନ୍ମୟ କୁମାର ସାହୁ, ଅଙ୍କିତା ପାଣି ଏବଂ ଶିଳ୍ପା ଷଡ଼ଙ୍ଗୀ ସହଯୋଗ କରିଥିଲେ। ଶେଷରେ ନେହେରୁ ସେବା ସଂଘ ଦୃଷ୍ଟିହୀନ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ କବିତା କୁମାରୀ ଦେବୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri