ଦୁନିଆ ଦେଖିବା ଆଗରୁ ଆଖିବୁଜିଲା ଶିଶୁ

ଢେଙ୍କାନାଳ ଅଫିସ, ୨୨ା୮
ବିବାହର ଦୀର୍ଘ ୧୦ ବର୍ଷ ପରେ ଜନ୍ମ ହୋଇଥିଲା ଛୁଆଟିଏ। ହେଲେ ଡାକ୍ତରଙ୍କ ଦାୟିତ୍ୱହୀନତାରୁ ସମ୍ପୃକ୍ତ ନବଜାତକ ଦୁନିଆ ଦେଖିବା ଆଗରୁ ଆଖି ବୁଜି ଦେଇଥିବା ଅଭିଯୋଗ ଆଣିଛନ୍ତି ଢେଙ୍କାନାଳ ଜିଲା ଗଁଦିଆ ଥାନା ଚବିଶକୁଦ ଗ୍ରାମର ପ୍ରଶାନ୍ତ ଦେହୁରୀ (୩୨) ଏବଂ ତାଙ୍କ ସ୍ତ୍ରୀ ସସ୍ମିତା। ଏହି ଘଟଣାକୁ ନେଇ ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଉତ୍ତେଜନା ଦେଖାଦେଇଥିଲା। ଚିକିତ୍ସାରେ ଅବହେଳା କରିଥିବା ଡାକ୍ତର ଏବଂ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ଦମ୍ପତି ଆତ୍ମହତ୍ୟା କରିବେ ବୋଲି ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ) ସୁଜାତାରାଣୀ ମିଶ୍ରଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗର ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।
ଅଭିଯୋଗ ଅନୁଯାୟୀ, ପ୍ରସବ ଲାଗି ସସ୍ମିତାଙ୍କୁ ଧରି ପ୍ରଶାନ୍ତ ଜିଲା ଚିକିତ୍ସାଳୟକୁ ଆସିଥିଲେ। ବିଭାଗୀୟ ଡାକ୍ତର ଦେଖିବା ପରେ ଲେବର ରୁମ୍‌କୁ ଯିବା ପାଇଁ କହିଥିଲେ। ହେଲେ ଷ୍ଟ୍ରେଚର ନ ମିଳିବାରୁ ମହିଳା ଜଣକ ଯନ୍ତ୍ରଣା ସତ୍ତ୍ୱେ ଚାଲିଚାଲି ଲେବର ରୁମକୁ ଯାଇଥିଲେ। ସେଠାରେ ଡାକ୍ତର ଚିକିତ୍ସା କରିବା ପରିବର୍ତ୍ତେ କଟକ ନେଇଯିବାକୁ ପରାମର୍ଶ ଦେଇଥିଲେ। ଏଥିସହ ଆମ୍ବୁଲାନ୍ସକୁ ଅପେକ୍ଷା କରିବାକୁ କହି ପଳାଇଥିଲେ। ମହିଳା ଜଣକ ଛିଡ଼ା ହୋଇଥିବାବେଳେ ତାଙ୍କର ପୁତ୍ର ସନ୍ତାନ ପ୍ରସବ ହୋଇଥିଲା। ଯନ୍ତ୍ରଣାରେ ମହିଳା ଜଣକ ଛୁଆ ଉପରେ ପଡ଼ିଯାଇଥିଲେ। ଫଳରେ ଘଟଣାସ୍ଥଳରେ ଶିଶୁଟିର ମୃତ୍ୟୁ ହୋଇଯାଇଥିଲା। କଟକ ରେଫର କରାଯାଇଥିବା କାଗଜକୁ ଚିରି ଦିଆଯାଇଥିବା ପ୍ରଶାନ୍ତ ସିଡିଏମ୍‌ଓଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ଜିଲା ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ରଙ୍କ ମୃତ୍ୟୁ ଘଟୁଥିବା ନେଇ ଅନେକ ସମୟରେ ଅଭିଯୋଗ ହେଉଛି। ଚଳିତ ମାସରେ ଏହା ହେଉଛି ଦ୍ୱିତୀୟ ଘଟଣା। ପୂର୍ବ ଘଟଣାରେ ଜଣେ ଷ୍ଟାଫ୍‌ ନର୍ସଙ୍କୁ ନିଲମ୍ବିତ କରାଯାଇଥିବାବେଳେ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri