ଦୁନିଆ ଦେଖିବା ଆଗରୁ ଆଖିବୁଜିଲା ଶିଶୁ

ଢେଙ୍କାନାଳ ଅଫିସ, ୨୨ା୮
ବିବାହର ଦୀର୍ଘ ୧୦ ବର୍ଷ ପରେ ଜନ୍ମ ହୋଇଥିଲା ଛୁଆଟିଏ। ହେଲେ ଡାକ୍ତରଙ୍କ ଦାୟିତ୍ୱହୀନତାରୁ ସମ୍ପୃକ୍ତ ନବଜାତକ ଦୁନିଆ ଦେଖିବା ଆଗରୁ ଆଖି ବୁଜି ଦେଇଥିବା ଅଭିଯୋଗ ଆଣିଛନ୍ତି ଢେଙ୍କାନାଳ ଜିଲା ଗଁଦିଆ ଥାନା ଚବିଶକୁଦ ଗ୍ରାମର ପ୍ରଶାନ୍ତ ଦେହୁରୀ (୩୨) ଏବଂ ତାଙ୍କ ସ୍ତ୍ରୀ ସସ୍ମିତା। ଏହି ଘଟଣାକୁ ନେଇ ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଉତ୍ତେଜନା ଦେଖାଦେଇଥିଲା। ଚିକିତ୍ସାରେ ଅବହେଳା କରିଥିବା ଡାକ୍ତର ଏବଂ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ଦମ୍ପତି ଆତ୍ମହତ୍ୟା କରିବେ ବୋଲି ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ) ସୁଜାତାରାଣୀ ମିଶ୍ରଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗର ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।
ଅଭିଯୋଗ ଅନୁଯାୟୀ, ପ୍ରସବ ଲାଗି ସସ୍ମିତାଙ୍କୁ ଧରି ପ୍ରଶାନ୍ତ ଜିଲା ଚିକିତ୍ସାଳୟକୁ ଆସିଥିଲେ। ବିଭାଗୀୟ ଡାକ୍ତର ଦେଖିବା ପରେ ଲେବର ରୁମ୍‌କୁ ଯିବା ପାଇଁ କହିଥିଲେ। ହେଲେ ଷ୍ଟ୍ରେଚର ନ ମିଳିବାରୁ ମହିଳା ଜଣକ ଯନ୍ତ୍ରଣା ସତ୍ତ୍ୱେ ଚାଲିଚାଲି ଲେବର ରୁମକୁ ଯାଇଥିଲେ। ସେଠାରେ ଡାକ୍ତର ଚିକିତ୍ସା କରିବା ପରିବର୍ତ୍ତେ କଟକ ନେଇଯିବାକୁ ପରାମର୍ଶ ଦେଇଥିଲେ। ଏଥିସହ ଆମ୍ବୁଲାନ୍ସକୁ ଅପେକ୍ଷା କରିବାକୁ କହି ପଳାଇଥିଲେ। ମହିଳା ଜଣକ ଛିଡ଼ା ହୋଇଥିବାବେଳେ ତାଙ୍କର ପୁତ୍ର ସନ୍ତାନ ପ୍ରସବ ହୋଇଥିଲା। ଯନ୍ତ୍ରଣାରେ ମହିଳା ଜଣକ ଛୁଆ ଉପରେ ପଡ଼ିଯାଇଥିଲେ। ଫଳରେ ଘଟଣାସ୍ଥଳରେ ଶିଶୁଟିର ମୃତ୍ୟୁ ହୋଇଯାଇଥିଲା। କଟକ ରେଫର କରାଯାଇଥିବା କାଗଜକୁ ଚିରି ଦିଆଯାଇଥିବା ପ୍ରଶାନ୍ତ ସିଡିଏମ୍‌ଓଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ଜିଲା ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ରଙ୍କ ମୃତ୍ୟୁ ଘଟୁଥିବା ନେଇ ଅନେକ ସମୟରେ ଅଭିଯୋଗ ହେଉଛି। ଚଳିତ ମାସରେ ଏହା ହେଉଛି ଦ୍ୱିତୀୟ ଘଟଣା। ପୂର୍ବ ଘଟଣାରେ ଜଣେ ଷ୍ଟାଫ୍‌ ନର୍ସଙ୍କୁ ନିଲମ୍ବିତ କରାଯାଇଥିବାବେଳେ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri