ଘରକୁ ଘର ବୁଲି ଭୋଟର କାର୍ଡ ସହ ଆଧାର ଲିଙ୍କ୍‌ କରିବେ ବିଏଲ୍‌ଓ

ଗୁଣପୁର,୩।୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳଙ୍କ ସଦ୍‌ଭାବନା ଗୃହରେ ଭୋଟର ପରିଚୟ ପତ୍ର ସହ ଆଧାର ଲିଙ୍କ୍‌କୁ ନେଇ ଏକ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ଉପଜିଲାପାଳ ତଥା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଲୋକନାଥ ଦଳବେହେରାଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ସହକାରୀ ଜିଲାପାଳ ରାଜେନ୍ଦ୍ର ପ୍ରସାଦ ଚୌଧୁରୀ, ବିଭିନ୍ନ ରାଜନୈତିକ ଦଳର ନେତା ଏବଂ ଏନ୍‌ଜିଓର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ। ଅଗଷ୍ଟ ୧ରୁ ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ପ୍ରଦାନ କରାଯାଇଛି। ନୂତନ ନାମ ସଂଯୋଗ ସହ ବାଦ୍‌ ଏବଂ ନାମ ସଂଶୋଧନ ପ୍ରକ୍ରିୟା ଆରମ୍ଭ ହେବ। ନୂତନ ଭାବେ ନାମ ସଂଯୋଗ କରୁଥିବା ଭୋଟରଙ୍କ ଆଧାର ସଂଯୋଗ ସହ ଯେଉଁମାନଙ୍କ ଭୋଟର କାର୍ଡ ପୂର୍ବରୁ ରହିଛି ସେମାନେ ଆଧାରକାର୍ଡ ସହ ଲିଙ୍କ୍‌ ସ୍ବେଚ୍ଛାକୃତ ଭାବେ କରିବା ପାଇଁ ସଚେତନା ପଦକ୍ଷେପ ଗ୍ରହଣ କରାଯିବ। ଏଥିନେଇ ବୁଥ୍‌ସ୍ତରରେ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହି କାର୍ଯ୍ୟରେ ନିୟୋଜିତ ଥିବା ବିଏଲ୍‌ଓମାନେ ଘର ଘର ବୁଲି ଏହି କାର୍ଯ୍ୟ ସମ୍ପାଦନ କରିବେ ବୋଲି ସୂଚନା ଦିଆଯାଇଛି। ସେମାନେ ଲୋକଙ୍କୁ ସଚେତନ କରିବା ସହ ଭୋଟର ପରିଚୟ ପତ୍ର ସହ ଆଧାର ଲିଙ୍କ୍‌ ବ୍ୟବସ୍ଥା କରିବେ। ଯେଉଁମାନଙ୍କ ଭୋଟର କାର୍ଡ ରହିଛି ସେମାନେ ଏପ୍ରିଲ ୨୦୨୩ ସୁଦ୍ଧା ଆଧାର ସଂଯୋଗ ନେଇ ସୂଚନା ଦେବେ। ବର୍ଷରେ ୪ ଥର (ଜାନୁୟାରୀ,ଏପ୍ରିଲ,ଜୁଲାଇ ଏବଂ ଅକ୍ଟୋବରରେ) ନୂତନ ସଂଯୋଗ ସହ ଅନ୍ୟ ପ୍ରସଙ୍ଗରେ ପ୍ରକ୍ରିୟା ସମ୍ପାଦନ ହେବ। ଯେଉଁମାନଙ୍କୁ ୧୭ ବର୍ଷ ସେମାନେ ବର୍ତ୍ତମାନ ନୂତନ ନିୟମ ପ୍ରକାରେ ଭୋଟର ତାଲିକାରେ ନାମ ସଂଯୋଗ କରିବେ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri