ଭିଜିଲାନ୍ସ ଦ୍ବାରା ଗିରଫ ହେଲେ ବ୍ଲକ ଆକାଉଣ୍ଟ ଅଫିସର

ଦେବଗଡ,୨୭।୬(ଶଶାଙ୍କ ଶେଖର ଝାଙ୍କର): ବିଲ୍‌ କରାଇଦେବାକୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଦ୍ବାରା ଗିରଫ ହେଲେ ବ୍ଲକ ଆକାଉଣ୍ଟ ଅଫିସର। ଦେବଗଡ ଜିଲା ରିଆମାଳ ବ୍ଳକ ଆକାଉଣ୍ଟ ଅଫିସର ରାଜେନ୍ଦ୍ର ଦାଶଙ୍କୁ ଗିରଫ କଲା ଭିଜିଲାନ୍ସ। ୨ ଲକ୍ଷ ବିଲ୍‌ କରାଇବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ ରାଜେନ୍ଦ୍ର। ଟିଙ୍କବୀର ଗାଁ ଖଳିପଷି ସାହିରେ ନିର୍ମାଣ ଅଙ୍ଗନୱାଡି କେନ୍ଦ୍ରର ବିଲ୍‌ ପାଇଁ ଲାଞ୍ଚ ନେଉଥିବା ଜଣାପଡିଛି। ଟିଙ୍କବୀର ଗାଁର ବିଜୟ ନାୟକ ଅଙ୍ଗନୱାଡି କେନ୍ଦ୍ର ପାଇଁ ୨ ଲକ୍ଷ ଟଙ୍କା ସାମଗ୍ରୀ ଦେଇଥିଲେ। ଉକ୍ତ ବିଲ୍‌ ପାଇଁ ୩% ଡିମାଣ୍ଡ କରିଥିଲେ ଆକାଉଣ୍ଟାଣ୍ଟ। ଆଜି ୧୨ ଟି ୫୦୦ ଟଙ୍କିଆ ନୋଟ ଦେଉଥିବା ବେଳେ ଭିଜିଲାନ୍ସ ଚଢାଉ କରି ରାଜେନ୍ଦ୍ରଙ୍କୁ ଗିରଫ କରିଛି। ଏହି ଚଢାଉରେ ଦେବଗଡ ଓ ଝାରସୁଗୁଡ଼ା ଭିଜିଲାନ୍ସ ଟିମ୍‌ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ କଲେ ଇରାସିସ ଆଚାର୍ଯ୍ୟ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ଇରାସିସ ଆଚାର୍ଯ୍ୟ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅନିଲ ବରୁଆ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଅନିଲ ବରୁଆ ବୁଧବାର ନିଜର ନାମାଙ୍କନପପତ୍ର ଦାଖଲ କରିଛନ୍ତି। ଅନିଲ ସୁନ୍ଦରଗଡ଼ ଅତିରିକ୍ତ ଜିଲାପାଳ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ନାଏକ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ବୁଧବାର ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସରେ ସୁନ୍ଦରଗଡ଼ ବିଧାନସଭା ଆସନ ପାଇଁ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପ୍ରାର୍ଥୀ...

ନାମାଙ୍କନପତ୍ର ଦାଖଲ କଲେ ଡା. ଆଶିଷ ଶତପଥୀ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଡା. ଆଶିଷ ଶତପଥୀ ବୁଧବାର ନାମାଙ୍କନ...

ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା

ବଣାଇ,୧ା୫(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନାର ଗଉଡ଼ ଗ୍ରାମରେ ରହୁଥିବା ଭଉଣୀ ଘରକୁ ଲହୁଣିପଡ଼ା ଥାନା ଅନ୍ତର୍ଗତ କେନାପାଲି ଗ୍ରାମର ସୁବର୍ଣ୍ଣ କଂସୁରିଆ (୬୦)...

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri