ବ୍ଲକ ଅଧ୍ୟକ୍ଷାଙ୍କ ସ୍ବାମୀଙ୍କ ଦାଦାଗିରି: ସହକାରୀ ଯନ୍ତ୍ରୀଙ୍କୁ ହତ୍ୟା ଧମକ, ଥାନାରେ ମାମଲା

ଦେବଗଡ଼,୨୫ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବ୍ରତ କୁମାର ମାଝିଙ୍କୁ ବାରକୋଟ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ପାତ୍ରଙ୍କ ସ୍ବାମୀ ତନୁଚନ୍ଦ୍ର ପାତ୍ର ଧକ୍କା ମାରିବା ସହ ଜୀବନରେ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ବାରକୋଟ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଚଳାଇଛି।
ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବ୍ରତ କୁମାର ମାଝିଙ୍କ ଅଭିଯୋଗ ଅନୁଯାୟୀ, ସେ ବ୍ଲକ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ସମୟରେ ବାରକୋଟ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ପାତ୍ରଙ୍କ ସ୍ବାମୀ ତନୁଚନ୍ଦ୍ର ପାତ୍ର ମଦ୍ୟପାନ କରି ସୂର୍ଯମଣି ମହାନ୍ତଙ୍କ ସହିତ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେହିପରି ଶ୍ରୀ ପାତ୍ର ଶ୍ରୀ ମାଝିଙ୍କୁ ଧକ୍କା ମାରିବା ସହ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରି ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ଏନେଇ ସହକାରୀ ନିର୍ବାହୀ ଯନ୍ତ୍ରୀ ଶ୍ରୀ ମାଝି ବାରକୋଟ ଥାନାରେ ଲିଖିତ ଅଭିଯୋଗ କରିବା ସହ ବିଡିଓ ସ୍ମୃତିରଞ୍ଜନ ସାହୁଙ୍କ ମଧ୍ୟଖିଖିତ ଭାବେ ଜଣାଇଥିଲେ। ଅଭିଯୋଗ ଆଧାରରେ ବିଡିଓ ଶ୍ରୀ ସାହୁ ମଧ୍ୟ ଅଭିଯୋଗ ପତ୍ରକୁ ଥାନାକୁ ପ୍ରେରଣ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଅନୁରୋଧ କରିଛନ୍ତି। ସେହିପରି ଏନେଇ ସେ ଦେବଗଡ଼ ଜିଲାପାଳ ଓ ଜିଲାଆରକ୍ଷୀ ଅଧୀକ୍ଷକଙ୍କୁ ମଧ୍ୟ ଅବଗତ କରି କାର୍ଯ୍ୟାନୁଷ୍ଠାନ ସହ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନଙ୍କୁ ସୁରକ୍ଷା ପ୍ରଦାନ ପାଇଁ ଅନୁରୋଧ କରିଥିବା ଜଣାପଡ଼ିଛି। ଗୁରୁତ୍ୱପୂର୍ଣ୍ଣ ବିଷୟ ଏହା ଯେ ଘଟଣା ପରେ ଶ୍ରୀ ପାତ୍ର ବ୍ଲକ କାର୍ଯ୍ୟାଳୟର ମୁଖ୍ୟ ଫାଟକରେ ତାଙ୍କର ବୋଲେରୋ ଗାଡ଼ିକୁ ଅଟକାଇ ରାସ୍ତା ଅବରୋଧ କରିଥିଲେ। ଫଳରେ କାର୍ଯ୍ୟାଳୟ ମଧ୍ୟରୁ କୌଣସି ଚାରିଚକିଆ ଯାନ ବାହାରକୁ ବାହାରି ପାରି ନ ଥିଲା କି ବାହାରୁ ମଧ୍ୟ କୌଣସି ଚାରିଚକିଆ ଯାନ କାର୍ଯ୍ୟାଳୟ ପରିସରକୁ ପ୍ରବେଶ କରିପାରି ନ ଥିଲା। ଏପରିକି ସହକାରୀ ନିର୍ବାହୀ ଯନ୍ତ୍ରୀ ଶ୍ରୀ ମାଝି ବିଡିଓଙ୍କ ଗାଡ଼ିରେ ବସି ଥାନାକୁ ଏତଲା ଦେବାକୁ ବାହାରିଥିଲେ ହେଁ ରାସ୍ତା ଅବରୋଧ ଥିବାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଯାଇପାରି ନ ଥିଲେ। ତେବେ ପରେ ବାଇକ୍‌ ଯୋଗେ ବାରକୋଟ ଥାନାକୁ ଯାଇ ଏତଲା ଦେଇଥିବା ଜଣାପଡ଼ିଛି। ଘଟଣା ପରେ ବାରକୋଟ ବିଡିଓ ଶ୍ରୀ ସାହୁଙ୍କ ଠାରୁ ସୂଚନା ପାଇ ବାରକୋଟ ଥାନା ଆଇଆଇସି ଯାଜ୍ଞସେନୀ ପ୍ରଧାନ ବ୍ଲକ କାର୍ଯ୍ୟାଳୟ ପରିସରରେ ପହଞ୍ଚିଥିଲେ। ସେହିପରି ଏସଡିପିଓ ସୌମ୍ୟରଞ୍ଜନ ମଲ୍ଲିକ ସେଠାରେ ପହଞ୍ଚିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା

ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ଶ୍ରାବଣ ଶେଷ ସୋମବାରରେ ୩ଟି ଶୁଭ ଯୋଗ, ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ପ୍ରଚୁର ଧନ-ସମ୍ପତ୍ତି

ଶ୍ରାବଣ ମାସର ଶେଷ ସୋମବାର ବ୍ରତ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ମନେକରାଯାଏ। ଏହି ଦିନ ଭଗବାନ ଶିବଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଏ। ଚଳିତ ଶ୍ରାବଣର…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri