ବିଦ୍ୟାଳୟ ପରିଦର୍ଶନ କଲେ ବ୍ଲକ ଅଧ୍ୟକ୍ଷ, ଶ୍ରେଣୀ ଗୃହର ଅଭାବ ହେବ ଦୂର

କେସିଙ୍ଗା,୧୧।୪(ତୁମେଶର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ କସୃପଡାସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟକୁ ବ୍ଲକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତି ଶୁକ୍ରବାର ପରିଦର୍ଶନ କରି କରିଥିଲେ। ଛାତ୍ରୀଛାତ୍ରଙ୍କ ଅଧ୍ୟୟନରେ ଶ୍ରେଣୀ ଗୃହର ଅଭାବ ରହିଥିଲା। ବିଦ୍ୟାଳୟର ବିଭିନ୍ନ ସମସ୍ୟା ଉପରେ ବୁଲି ଦେଖିଥିଲେ। ଏହା ପୂର୍ବରୁ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ସମେତ ଶିକ୍ଷା କମିଟିର ସଦସ୍ୟ ବୃନ୍ଦ ବ୍ଲକ ଅଧ୍ୟକ୍ଷ ଓ ବିଡ଼ିଓଙ୍କ ନିକଟରେ ଏକ ଶ୍ରେଣୀ ଗୃହ ନିର୍ମାଣ ପାଇଁ ଲିଖିତ ଭାବେ ଦାବି କରିଥିଲେ। ଛାତ୍ରୀଛାତ୍ରଙ୍କ ସମସ୍ୟାକୁ ଦୂର କରିବା ପାଇଁ ୧୦ ଲକ୍ଷ ବ୍ୟୟ ଅଟକଳରେ ବ୍ଲକ ଅଧ୍ୟକ୍ଷ ଉପସ୍ଥିତିରେ ଏକ ଶ୍ରେଣୀ ଗୃହର ଲେଆଉଟ କରାଯାଇଥିଲା। କେସିଙ୍ଗା ବ୍ଲକର ଏକ୍‌ଜିକ୍ୟୁଟିଭ୍‌ ଇଞ୍ଜିନିୟର ଏସ.ଏନ.ମିଶ୍ର, କନିଷ୍ଠ ଯନ୍ତ୍ରୀ,ପ୍ରଧାନ ଶିକ୍ଷକ ସୁଧୀର କୁମାର ବିଶିଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କ ଉପସ୍ଥିତରେ ଶ୍ରେଣୀ ଗୃହର ଲେଆଉଟ କରାଯାଇଥିଲା। କିଛି ମାସ ପରେ ଶ୍ରେଣୀ ଗୃହ ନିର୍ମାଣ କାମ ସମ୍ପୂର୍ଣ୍ଣ ହେଲେ ଛାତ୍ରୀଛାତ୍ର ଉପକୃତ ହେବେ ବୋଲି ପ୍ରଧାନ ଶିକ୍ଷକ ଶ୍ରୀ ବିଶି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri