ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀ ଏବଂ ଜିଲା ପରିଷଦ ସଦସ୍ୟା ଟୁନି ଖୋସ୍ଲା ଅଛନ୍ତି, ସେହିଠାରେ ହିଁ ଜଣେ ଗରିବ ପରିବାର ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପଲିଥିନ ତଳେ ଜୀବନ ବିତାଉଛନ୍ତି। ଗ୍ରାମପଞ୍ଚାୟତ କାର୍ଯ୍ୟାଳୟଠାରୁ ମାତ୍ର ୬ କିଲୋମିଟର ଦୂରରେ ରହୁଛନ୍ତି ହାନ୍ଦୁ ମାଝୀ। ପରିବାରରେ ସ୍ତ୍ରୀ ସିଙ୍ଗାରା ମାଝୀ, ପୁଅ ସନ୍ଦୀପ, ସୁଶାନ୍ତ ଏବଂ ଝିଅ କୁମୁଦିନୀଙ୍କୁ ନେଇ ମୋଟ ୫ ଜଣିଆ ସଦସ୍ୟ। ଗତବର୍ଷ ପ୍ରାକୃତିକ ବିପର୍ଯ୍ୟୟରେ ଘର ଭାଙ୍ଗିଯିବା ପରେ ପ୍ରଶାସନ ଦେଇଥିବା ପଲିଥିନ ଖଣ୍ଡିକ ହିଁ ଏବେ ସେମାନଙ୍କର ଏକମାତ୍ର ଭରସା। ପାଇଖାନା ପାଖରେ ଝାଟିମାଟିର କୁଡ଼ିଆ ତିଆରି କରି ଏମାନେ ବର୍ଷା, ଶୀତ ଓ ଖରାରେ ଯେଉଁଭଳି ଅବସ୍ଥାରେ ରହୁଛନ୍ତି, ତାହା ବର୍ଣ୍ଣନା କରିବା ବାହାରେ। ବଡ଼ ବିଡ଼ମ୍ବନାର ବିଷୟ। ଏହି ପରିବାର ଜନ ପ୍ରତିନିଧିମାନଙ୍କ ନିଜ ପଞ୍ଚାୟତରେ ରହୁଥିବା ସତ୍ତ୍ୱେ କେହି ଦୁଃଖ ବୁଝିବାକୁ ପ୍ରସ୍ତୁତ ନୁହନ୍ତି। ୱାର୍ଡମେମ୍ବରଙ୍କ ଠାରୁ ଆରମ୍ଭ କରି ସରପଞ୍ଚ ସୁଜାତା ମାଝୀ ଏବଂ ବ୍ଲକ ପ୍ରଶାସନକୁ ବାରମ୍ବାର ଗୁହାରି ଜଣାଇଥିଲେ ମଧ୍ୟ ସମସ୍ତେ ମୁହଁ ଫେରାଇ ନେଇଛନ୍ତି। ସରପଞ୍ଚଙ୍କ ସଫେଇ “ମୁଁ ଅବଗତ ନଥିଲି” ବୋଲି କହିବା ପରେ, ବ୍ଲକ ଅଧ୍ୟକ୍ଷ ଓ ଜିଲା ପରିଷଦ ସଦସ୍ୟାଙ୍କ ଭୂମିକାକୁ ନେଇ ପ୍ରଶ୍ନ ଉଠିଛି। ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି ଯେ, ଯଦି ଜନପ୍ରତିନିଧିମାନେ ନିଜ ପଞ୍ଚାୟତର ୬ କିଲୋମିଟର ଭିତରେ ଥିବା ଏହି ଅସହାୟ ପରିବାରକୁ ସହାୟତା ଦେବାରେ ବିଫଳ, ତେବେ ବ୍ଲକର ଅନ୍ୟ ୨୩ଟି ପଞ୍ଚାୟତର ଦୁଃଖ ସେମାନେ କିପରି ବୁଝୁଥିବେ? ସରକାରୀ ଯୋଜନା କେବଳ କାଗଜପତ୍ରରେ ରହିବ ନା ପ୍ରକୃତ ଗରିବଙ୍କ ପାଖରେ ପହଞ୍ଚିବ, ତାହା ଏବେ ବଡ଼ ପ୍ରଶ୍ନ। ତୁରନ୍ତ ପ୍ରଶାସନ ଏ ଦିଗରେ ହସ୍ତକ୍ଷେପ କରି ଉକ୍ତ ପରିବାରକୁ ପକ୍କା ଘର ଯୋଗାଇ ଦେବାକୁ ଜନସାଧାରଣରେ ଦାବି ଜୋର ଧରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri