ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀ ଏବଂ ଜିଲା ପରିଷଦ ସଦସ୍ୟା ଟୁନି ଖୋସ୍ଲା ଅଛନ୍ତି, ସେହିଠାରେ ହିଁ ଜଣେ ଗରିବ ପରିବାର ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପଲିଥିନ ତଳେ ଜୀବନ ବିତାଉଛନ୍ତି। ଗ୍ରାମପଞ୍ଚାୟତ କାର୍ଯ୍ୟାଳୟଠାରୁ ମାତ୍ର ୬ କିଲୋମିଟର ଦୂରରେ ରଣପୁର ଗାଁରେ ରହୁଛନ୍ତି ହାନ୍ଦୁ ମାଝୀ। ପରିବାରରେ ସ୍ତ୍ରୀ ସିଙ୍ଗାରା ମାଝୀ, ପୁଅ ସନ୍ଦୀପ, ସୁଶାନ୍ତ ଏବଂ ଝିଅ କୁମୁଦିନୀଙ୍କୁ ନେଇ ମୋଟ ୫ ଜଣିଆ ସଦସ୍ୟ। ଗତବର୍ଷ ପ୍ରାକୃତିକ ବିପର୍ଯ୍ୟୟରେ ଘର ଭାଙ୍ଗିଯିବା ପରେ ପ୍ରଶାସନ ଦେଇଥିବା ପଲିଥିନ ଖଣ୍ଡିକ ହିଁ ଏବେ ସେମାନଙ୍କର ଏକମାତ୍ର ଭରସା। ପାଇଖାନା ପାଖରେ ଝାଟିମାଟିର କୁଡ଼ିଆ ତିଆରି କରି ଏମାନେ ବର୍ଷା, ଶୀତ ଓ ଖରାରେ ଯେଉଁଭଳି ଅବସ୍ଥାରେ ରହୁଛନ୍ତି, ତାହା ବର୍ଣ୍ଣନା କରିବା ବାହାରେ। ବଡ଼ ବିଡ଼ମ୍ବନାର ବିଷୟ। ଏହି ପରିବାର ଜନ ପ୍ରତିନିଧିମାନଙ୍କ ନିଜ ପଞ୍ଚାୟତରେ ରହୁଥିବା ସତ୍ତ୍ୱେ କେହି ଦୁଃଖ ବୁଝିବାକୁ ପ୍ରସ୍ତୁତ ନୁହନ୍ତି। ୱାର୍ଡମେମ୍ବରଙ୍କ ଠାରୁ ଆରମ୍ଭ କରି ସରପଞ୍ଚ ସୁଜାତା ମାଝୀ ଏବଂ ବ୍ଲକ ପ୍ରଶାସନକୁ ବାରମ୍ବାର ଗୁହାରି ଜଣାଇଥିଲେ ମଧ୍ୟ ସମସ୍ତେ ମୁହଁ ଫେରାଇ ନେଇଛନ୍ତି। ସରପଞ୍ଚଙ୍କ ସଫେଇ “ମୁଁ ଅବଗତ ନଥିଲି” ବୋଲି କହିବା ପରେ, ବ୍ଲକ ଅଧ୍ୟକ୍ଷ ଓ ଜିଲା ପରିଷଦ ସଦସ୍ୟାଙ୍କ ଭୂମିକାକୁ ନେଇ ପ୍ରଶ୍ନ ଉଠିଛି। ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି ଯେ, ଯଦି ଜନପ୍ରତିନିଧିମାନେ ନିଜ ପଞ୍ଚାୟତର ୬ କିଲୋମିଟର ଭିତରେ ଥିବା ଏହି ଅସହାୟ ପରିବାରକୁ ସହାୟତା ଦେବାରେ ବିଫଳ, ତେବେ ବ୍ଲକର ଅନ୍ୟ ୨୩ଟି ପଞ୍ଚାୟତର ଦୁଃଖ ସେମାନେ କିପରି ବୁଝୁଥିବେ? ସରକାରୀ ଯୋଜନା କେବଳ କାଗଜପତ୍ରରେ ରହିବ ନା ପ୍ରକୃତ ଗରିବଙ୍କ ପାଖରେ ପହଞ୍ଚିବ, ତାହା ଏବେ ବଡ଼ ପ୍ରଶ୍ନ। ତୁରନ୍ତ ପ୍ରଶାସନ ଏ ଦିଗରେ ହସ୍ତକ୍ଷେପ କରି ଉକ୍ତ ପରିବାରକୁ ପକ୍କା ଘର ଯୋଗାଇ ଦେବାକୁ ଜନସାଧାରଣରେ ଦାବି ଜୋର ଧରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?