ବ୍ଲକ୍‌ କନିଷ୍ଠ ଯନ୍ତ୍ରୀ, ଜିଲା ପରିଷଦ ସଭ୍ୟ ହାତାହାତି

ବରୀ,୧୭ା୩(ଡି.ଏନ.ଏ.):ଯାଜପୁର ଜିଲା ବରୀ ବ୍ଲକ୍‌ ଅଧୀନ ମହାକାଳପଡ଼ା ପଞ୍ଚାୟତ ମିତ୍ରସେନପୁର ଗ୍ରାମରେ ଏକ ଖଳା ନିର୍ମାଣ କାର୍ଯ୍ୟକୁ ନେଇ ଗୁରୁବାର ବ୍ଲକ୍‌ କନିଷ୍ଠ ଯନ୍ତ୍ରୀ ବିପ୍ଳବ ପରିଜା ଓ ୨୨ନଂ. ଜୋନ୍‌ ଜିଲା ପରିଷଦ ସଭ୍ୟ ଦିଲୀପ ମହାନ୍ତିଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ଘଟଣାକୁ ନେଇ ଉଭୟ ହାତାହାତି ହେବା ସହ ବରୀ ରାମଚନ୍ଦ୍ରପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଉଭୟଙ୍କୁ ଥାନାକୁ ଡାକି ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁସାରେ, ଖଳା ନିର୍ମାଣ କାର୍ଯ୍ୟ ନିମ୍ନମାନର ହେଉଥିବା ଜାଣି କନିଷ୍ଠ ଯନ୍ତ୍ରୀ ଘଟଣାସ୍ଥଳକୁ ଯାଇ ଠିକାଦାରଙ୍କୁ ତାଗିଦ କରିଥିଲେ। ଏଭଳି ନିମ୍ନମାନର କାର୍ଯ୍ୟ ହେବା ଠିକ୍‌ ନୁହେଁ। କାର୍ଯ୍ୟ ଠିକ୍‌ରେ ନ ହେଲେ ବିଲ୍‌ କରିବେ ନାହିଁ ବାଲି ରୋକ୍‌ ଠୋକ୍‌ ଶୁଣାଇ ଦେଇଥିଲେ। ଏହିସମୟରେ ଜିଲା ପରିଷଦସଭ୍ୟ ପହଞ୍ଚତ୍ ଯନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ଏତିକିବେଳେ ଉଭୟଙ୍କ ମଧ୍ୟରେ ଉଚ୍ଚବାଚ ହୋଇଥିଲା। କନିଷ୍ଠ ଯନ୍ତ୍ରୀ ପରିଜା ଉତ୍‌କ୍ଷିପ୍ତ ହୋଇ ଜିଲାପରିଷଦ ସଭ୍ୟଙ୍କୁ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରିଥିଲେ। ଫଳରେ ଏହାକୁ ନେଇ ସେଠାରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ସ୍ଥାନୀୟ କେତେଜଣ ଲୋକେ ସମ୍ପୃକ୍ତ କନିଷ୍ଠ ଯନ୍ତ୍ରୀଙ୍କୁ ଘଟଣାସ୍ଥଳରୁ ଉଠାଇ ନେଇ ଏକ ରୁଦ୍ଧ କୋଠରୀରେ ଅଟକ ରଖିଥିଲେ। ବ୍ଲକ୍‌ ପ୍ରଶାସନଠାରୁ ଖବର ପାଇ ପୋଲିସ ପହଞ୍ଚତ୍ କନିଷ୍ଠ ଯନ୍ତ୍ରୀଙ୍କୁ ଉଦ୍ଧାର କରି ଥାନାକୁ ନେଇଥିଲା। କନିଷ୍ଠ ଯନ୍ତ୍ରୀ ପରିଜାଙ୍କୁ ଜିଲା ପରିଷଦସଭ୍ୟ ମହାନ୍ତି ଦୁର୍ବ୍ୟବାର କରିବା ସହ ଆକ୍ରମଣ କରିଥିବା ନେଇ ଯନ୍ତ୍ରୀ ପରିଜା ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ସେହିପରି କନିଷ୍ଠ ଯନ୍ତ୍ରୀ କାର୍ଯ୍ୟ ତଦାରଖ ସମୟରେ ଜିଲା ପରିଷଦସଭ୍ୟ ଓ ତାଙ୍କ ସମର୍ଥକଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ଜିଲା ପରିଷଦର ସଭ୍ୟଙ୍କ ପକ୍ଷରୁ ହୋଇଛି। ଖବର ଲେଖା ହେବାବେଳକୁ କନିଷ୍ଠ ଯନ୍ତ୍ରୀ ପରିଜା ଓ ଜିଲା ପରିଷଦ ସଭ୍ୟ ମହାନ୍ତି ଥାନାରେ ଥିଲେ। ଏ ସମ୍ପର୍କରେ ବରୀ ରାମଚନ୍ଦ୍ରପୁର ଥାନା ଅଧିକାରୀ ମନୋଜ କୁମାର ସ୍ବାଇଁଙ୍କୁ ପଚାରିବାରେ ସେ କହିଛନ୍ତି, ଘଟଣା ସମ୍ପର୍କରେ ୨ ଅଭିଯୋଗ ହସ୍ତଗତ ହୋଇଛି। ଉଭୟଙ୍କ ଅଭିଯୋଗକୁ ଭିତ୍ତିକରି ତଦନ୍ତ କରାଯିବ। ଏହାପରେ ନିୟମ ମୁତାବକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri