କଳାହାଣ୍ଡି ଜିଲା ଗଠନ ସମାରୋହରେ କଳା ପ୍ରଦର୍ଶନ କଲେ କୃତିତ୍ୱ

କେସିଙ୍ଗା,୧।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକସ୍ତରୀୟ ୭୬ତମ କଳାହାଣ୍ଡି ଜିଲା ଗଠନ ପ୍ରତିଷ୍ଠା ସମାରୋହ-୨୦୨୫ ବିଡ଼ିଓ ଜନ୍ମେଜୟ ସ୍ବାଇଁଙ୍କ ନେତୃତ୍ୱରେ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଶନିବାର ସନ୍ଧ୍ୟାରେ ମହାସମାରୋହରେ ପାଳନ କରାଯାଇଛି। କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶାଙ୍କ ନିର୍ଦ୍ଦେଶ କ୍ରମେ ୭୬ତମ କଳାହାଣ୍ଡି ଜିଲା ଗଠନ ସମାରୋହକୁ କେସିଙ୍ଗା ବ୍ଲକ ପ୍ରଶାସନ ପାଳନ କରାଯାଇଛି।

ଏହି ଉପଲକ୍ଷେ ସମଗ୍ର କେସିଙ୍ଗା ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତରୁ ସରପଞ୍ଚ, ସମିତି ସଭ୍ୟା, ସଭ୍ୟ, ପିଇଓଙ୍କ ସମେତ ଛାତ୍ରୀଛାତ୍ର ଯୋଗ ଦେଇଥିଲେ। ପ୍ରଥମେ ଅଗ୍ରପୂଜ୍ୟ ଗଣେଶଙ୍କ ପ୍ରତିମୂର୍ତ୍ତିରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉତ୍ସବକୁ ଶୁଭାରମ୍ଭ କରିଥିଲେ। ଏହି ଉପଲକ୍ଷେ ବିଭିନ୍ନ ସାଂକୃତିକ କାର୍ଯ୍ୟକ୍ରମ ସହ ଘୁମୁରା ନାଚ ପ୍ରଦର୍ଶୀତ କରାଯାଇ ଥିଲା।

କାର୍ଯ୍ୟକ୍ରମରେ କେସିଙ୍ଗା ଏସ୍‌ଡ଼ିପିଓ ସନ୍ଧିପ ମାଝୀ, ତହସିଲଦାର ପ୍ରଶାନ୍ତି ପ୍ରଧାନ, ଅତିରିକ୍ତ ବିଡ଼ିଓ ସିଦ୍ଧେଶ୍ୱର ମେହେର, ସମସ୍ତ ଯନ୍ତ୍ରୀ, ଅଂଶଗ୍ରହଣ କରିଥିଲେ। ବ୍ଲକ ସଂଯୋଜିକ ନମିତା ପ୍ରଧାନ ପ୍ରମୁଖ ଏହି କାର୍ଯ୍ୟକ୍ରମକୁ ସହ ଯୋଗ କରିଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା ବିଜେତାଙ୍କୁ ଏସ୍‌ଡିପିଓ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri