ଭଞ୍ଜନଗରରେ ବ୍ଲକସ୍ତରୀୟ ‘ଆମ କୁନି ପିଲା’ ତାଲିମ

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମନ୍ବିତ ଶିଶୁ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଆର୍‌ଏମ୍‌ସି କାର୍ଯ୍ୟାଳୟ ନିକଟ କଲ୍ୟାଣମଣ୍ଡପଠାରେ ବ୍ଲକର ଅଙ୍ଗନବାଡି କର୍ମୀମାନଙ୍କୁ ନେଇ ଆମ କୁନି ପିଲା ବ୍ଲକ ସ୍ତରୀୟ ତାଲିମ କାର୍ଯ୍ୟକ୍ରମ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ତିନିଦିନିଆ ଏହି ତାଲିମ ଶିବିର ରେ ନବଜାତକରୁ ତିନି ବର୍ଷ ପର୍ଯ୍ୟନ୍ତ ଶିଶୁଙ୍କ ମାନସିକ ଓ ବୌଦ୍ଧିକ ବିକାଶ ଦିଗରେ କିଭଳି କାର୍ଯ୍ୟ କରାଯିବ ଓ ଅଙ୍ଗନବାଡି କର୍ମୀ ମାନଙ୍କ କ’ଣ ଭୂମିକା ରହିବ ସେନେଇ ଉପସ୍ଥିତ କର୍ମୀମାନଙ୍କୁ ତାଲିମ ପ୍ରଦାନ କରାଯାଇଛି। ଶୁକ୍ରବାର ଦୁତୀୟ ଦିବସରେ ସିଡିପିଓ ମିଲିମା କୁମାରୀ ପଣ୍ଡା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର,ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଅତିଥି ଭାବେ ଯୋଗଦେଇ ଅଙ୍ଗନବାଡି କର୍ମୀଙ୍କ କର୍ତ୍ତବ୍ୟ ବାବଦରେ କହିଥିଲେ। ବ୍ରହ୍ମପୁର ଓ୍ବାନଷ୍ଟପ ସେଣ୍ଟର ଓ ଶକ୍ତି ସଦନ କେନ୍ଦ୍ରର ମହେଶ୍ବେତା ପାଢ଼ୀ, ସୌଦାମିନୀ ସାହୁ,ଲିପ୍ସା ରାଣୀ ଦାସ ପ୍ରମୁଖ ଯୋଗଦେଇ ଉପସ୍ଥିତ ଅଙ୍ଗନବାଡି କର୍ମୀଙ୍କୁ ଏ ବାବଦରେ ତାଲିମ ଦେଇଥିଲେ। ଏହା ସହ ବଳାତ୍କାର, ଅପହରଣ,ପାରିବାରିକ ହିଂସା, ଏସିଡ ଆକ୍ରମଣ, ଯୌନ ଉତ୍ପୀଡନ,ମହିଳା ଚାଲାଣ, ଶିଶୁ ଯୌନ ଉତ୍ପୀଡନ,ବାଲ୍ୟ ବିବାହ,ସାଇବର କ୍ରାଇମ,ଯୌତୁକ ର୍ନିଯାତନା ଓ ମୃତ୍ୟୁ ସମେତ ଅନ୍ୟାନ୍ୟ ହିଂସା ର ମନସ୍ତାତ୍ତ୍ବିକ ଓ ସାମାଜିକ ପରାମର୍ଶ ଏବଂ ଡାକ୍ତରୀ,ପୋଲିସ ଓ ଆଇନଗତ ଭଳି ଅନ୍ୟ ଯେକୌଣସି ସହାୟତା ବାବଦରେ ପରାମର୍ଶ ଦେଇଥିଲେ। ବ୍ଲକର ସମସ୍ତ ସେକ୍ଟର ସୁପରଭାଇଜର ଉପସ୍ଥିତ ରହି ତାଲିମ ଶିବିର ପରିଚାଳନା ରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?