ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ: ଜିଲା ସ୍ତରକୁ ଉନ୍ନୀତ ହେଲେ ୭ କୃତୀ ପ୍ରତିଭା

ପାଟଣା,୧୯।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ଯମୁନାପଶି ପଞ୍ଚାୟତ ସ୍ଥିତ ଯମୁନାପଶି ବିଶେଇପାଟ ସରକାରୀ ଉଚ୍ଚ ବିଦ୍ୟାଳୟରେ ବୁଧବାର ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି ପ୍ରଦର୍ଶନୀରେ ବ୍ଲକ ଅଞ୍ଚଳର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ମୋଟ ୧୨୫ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା।

ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟଅତିଥି ଭାବରେ ପାଟଣା ବିଧାୟକ ଅଖିଳଚନ୍ଦ୍ର ନାଏକ ଯୋଗଦେଇଥିଲେ। ସେ ବିଭିନ୍ନ ବର୍ଗରୁ ଜିଲା ସ୍ତର ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ୭ ଜଣ କୃତୀ ପ୍ରତିଭାଙ୍କୁ ଟ୍ରଫି ଓ ସାର୍ଟିଫିକେଟ୍ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।

ଏହି ଅବସରରେ ସମ୍ମାନିତ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାନ୍ତ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରକାଶ ଚନ୍ଦ୍ର ରାୟ, ଭାଷ୍ୟକାର ପାର୍ଥ ସାରଥୀ ବେଜ, ବରିଷ୍ଠ ଖବରଦାତା ସନ୍ତୋଷ କୁମାର ପତି ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ବିଜ୍ଞାନ ପ୍ରତି ଆଗ୍ରହ ବଢାଇବାକୁ ଉତ୍ସାହିତ କରିଥିଲେ।

ସ୍ଥାନୀୟ ବିଦ୍ୟାଳୟର ପ୍ରଧାନଶିକ୍ଷକ ହେମନ୍ତ କୁମାର ମହାନ୍ତ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଅମଲା ସଚ୍ଚିଦାନନ୍ଦ ମହାକୁଡ଼ ସଂଯୋଜନା କରିଥିଲେ ଏବଂ ଶିକ୍ଷକ ବିଜନ କୁମାର ପରିଡା, ନରେନ କୁମାର ମହାନ୍ତ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri