ବ୍ଳକସ୍ତରୀୟ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଶିବିର ଉଦ୍‌ଯାପିତ

ଦିଗପହଣ୍ଡି,୧୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବି. ତୁରୁବୁଡି ପଞ୍ଚାୟତ ଝରିପଦର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଦୁଇଦିନ ବ୍ୟାପି ଆୟୋଜିତ ହୋଇଥିବା ବ୍ଳକସ୍ତରୀୟ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଯାଇଛି । ଗଞ୍ଜାମ ଜିଲା ଖଲିକୋଟ ସ୍ଥିତ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ପ୍ରଶିକ୍ଷିକା ନିବେଦିତା ପାଢୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଶିବିରରେ ଶିକ୍ଷୟତ୍ରୀ ପି. ମାମାଲି, ମାନସୀ ସେଠୀ, ଶିକ୍ଷକ ଶରତଚନ୍ଦ୍ର ବଡ଼ ନାୟକ ମିଳିତ ଭାବେ ସଂଯୋଜନା କରିଥିଲେ। ବ୍ଲକ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ବାଳା ମାଝୀ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ୨ ୟ ଶ୍ରେଣୀରେ ଅଧ୍ୟୟନରତ ୨୩ ଜଣ ଛାତ୍ରୀଛାତ୍ର ଙ୍କ ସଂଖ୍ୟାଜ୍ଞାନ ନିପୁଣତା ସମ୍ପର୍କରେ ବାର୍ଷିକ ଆକଳନ କରାଯାଇଥିଲା । ବିଦ୍ୟାଳୟ ପ୍ରଧାନଶିକ୍ଷକ ଗିରିଧାରୀ ପାତ୍ର , ଏଫ୍‌ଏଲ୍‌ଏନ୍‌ ଶିକ୍ଷକ ଜି. ନିଳାଞ୍ଚଳ ରେଡ୍ଡୀ , ସିଆର୍‌ସିସି ମେନସନ ପ୍ରଧାନଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ବୃନ୍ଦ ଉପସ୍ଥିତ ରହି ଶିବିର ପରିଚାଳନାରେ ସହଯୋଗ କରିଥିଲେ। ପରିଶେଷରେ ସହକାରୀ ଶିକ୍ଷକ ବିଭୀଷଣ ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

ହତ୍ୟା କରି ନଦୀରେ ଫିଙ୍ଗିଦେଲେ, ଗାଁରେ ଉତ୍ତେଜନା

ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri