ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଉଦ୍‌ଯାପିତ, ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୧୭।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବିଇଓଙ୍କ କାର୍ଯ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” ଉଦଯାପିତ ହୋଇଯାଇଛି। ଏହି ଅବସରରେ ଏବିଇଓ ତଥା ବିଆର୍‌ସିସି ଗୋକୁଳାନନ୍ଦ ନାୟକଙ୍କ ଅଧ୍ୟକ୍ଷତା ଏବଂ ସହକାରୀ ଶିକ୍ଷକ ନିରଞ୍ଜନ ସାହୁଙ୍କ ମଞ୍ଚ ପରିଚାଳନା ରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ତହସିଲଦାର ଧୀରୋଜ ପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ। ଅନ୍ୟ ଅତିଥିଙ୍କ ମଧ୍ୟରେ ଦାରିଙ୍ଗବାଡି ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ, ରାପଡାବାଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଚାରୁଶିଲା ମଲିକ, ଏବିଇଓ ବନମାଳୀ ମାଝୀ, ବିଇଓ କାର୍ଯ୍ୟାଳୟର ଏଷ୍ଟାବ୍ଲିସମେଣ୍ଟ ଅଧିକାରୀ ଅଶୋକ ସାହୁ ପ୍ରମୁଖ ମଞ୍ଚାସିନ ରହିଥିଲେ।
ପ୍ରକାଶ ଯେ, ଉକ୍ତ ବ୍ଲକର ୨୪ଟି କ୍ଲଷ୍ଟର ସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା  ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ବ୍ଲକ ସ୍ତରରେ ପ୍ରତିଯୋଗିତା କରାଯାଇଥିଲା କାର୍ଯ୍ୟକ୍ରମ ପୂର୍ବାହ୍ନରେ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଥିଲା । ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ୧୬ଟି ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ନୃତ୍ୟ ପରିବେଷଣ କରିଥିଲେ। ସେମାନଙ୍କ ମଧ୍ୟରୁ ଗୋଟିଏ ଦଳକୁ ଜିଲା ପାଇଁ ମନୋନୀତ କରାଯାଇଥିଲା। ସେହିପରି  ଛାତ୍ରୀଛାତ୍ରଙ୍କୁ ନେଇ ବତ୍କୃତା,ରଚନା,ଚିତ୍ରାଙ୍କନ,ହସ୍ତାକ୍ଷର,ସଙ୍ଗୀତ, ନୃତ୍ୟ ଆଦି ପ୍ରତିଯୋଗିତା କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ପିଏମ ପୋଷଣ ପ୍ରତିଯୋଗିତା ସମେତ ମୋଟ ୨୫ ଜଣ ଛାତ୍ରୀଛାତ୍ର ଜିଲାକୁ ଯିବାପାଇଁ ମନୋନୀତ ହୋଇଥିଲେ ସେହିପରି ଗୋଟିଏ ନୃତ୍ୟ ଦଳ ମଧ୍ୟ ଜିଲାସ୍ତରକୁ ଯିବାକୁ ମନୋନୀତ ହୋଇଥିବା କୁହାଯାଇଛି।
ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ସୁରଭି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। କ୍ଲଷ୍ଟରଠାରୁ ଏହି ପ୍ରତିଯୋଗିତା ମାଧ୍ୟମରେ ଛାତ୍ରୀଛାତ୍ରଙ୍କ ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ପାଇଁ ମୁଖ୍ୟ ଲକ୍ଷ୍ୟ ରହିଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଏହାକୁ ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମକୁ ଦନେକବାଡିର ସିଆର୍‌ସିସି ରମାକାନ୍ତ ଦିଗାଲ, କିରିକୁଟିର ରାକେଶ ସାହୁ,  ଦାରିଙ୍ଗବାଡି ବଳଭଦ୍ର ମଲିକ, ଶ୍ରାନିକେତା ଜୟଦେବ ସାହୁ, ବାଡାବାଙ୍ଗା ସିଆରସିସି ସଲିମ ନାୟକ, ତିଲୋରୀ ନିହାର ରଞ୍ଜନ ସାହୁ, ଭ୍ରମରବାଡି ଗୁପ୍ତେଶ୍ୱର ପଣ୍ଡା, ର୍ସିକାବର୍ଗ ମନୋଜ ବେହେରା, ତାଜୁଙ୍ଗିଆ ରବୀନ୍ଦ୍ରନାଥ ନାୟକ, ସିମନବାଡି ଶିବଶଙ୍କର ସାହୁ, ଗ୍ରୀନବାଡି ତାପସ ନାୟକ, କୁମ୍ଭାରୀଗାଁ ଦଣ୍ଡପାଣି ରଥ, ସୋନପୁର ଚିତ୍ତରଞ୍ଜନ ସତପଥୀ, ବୁଡ଼ାଗୁଡା ରାଜେଶ ପଟ୍ଟନାୟକ, ବ୍ରାହ୍ମଣୀଗାଁ ମଧୁରଞ୍ଜନ ବଳିୟାର ସିଂ ସହକାରୀ ଶିକ୍ଷକ ନବୀନ ସାହୁ, ରଞ୍ଜୁ ବଳିୟାର ସିଂ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri