ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ତହସିଲଦାର ଅରୁଣ କୁମାର ବର୍ଗେ, ବ୍ଲକ ଶିକ୍ଷା ଅଧିକାରୀ ବାଞ୍ଛାନିଧି ପଣ୍ଡା, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରାମଚନ୍ଦ୍ର ସା, ଗୋପମଣୀ ସାହୁ, ସମାଜସେବୀ ଦୀନବନ୍ଧୁ ସାହୁ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ଜରିଆରେ କିଭଳି ସମସ୍ତ ଶିଶୁ ଏବଂ ଅଧାରୁ ପାଠ ଛାଡିଥିବା ଛାତ୍ରୀଛାତ୍ରମାନେ କିପରି ପଢି ପାରିବେ ସେନେଇ ଆଲୋକପାତ କରିଥିଲେ।

ପରେ ଶିଶୁମାନଙ୍କୁ ସ୍ୱାଗତ କରାଯାଇଥିଲା ଓ ଖଡ଼ି ଛୁଆଁ ରୀତିନୀତି ପାଳନ କରିବା ସହ ଉପସ୍ଥିତ ଶିଶୁମାନଙ୍କୁ ବ୍ୟାଗ ବଣ୍ଟନ କରାଯାଇଥିଲା। କାର୍ଯ୍ୟକ୍ରମରେ ସିଆରସିସି, ବ୍ଲକର ବିଭିନ୍ନ ବିଦ୍ୟାଳୟର ଶିକ୍ଷକ, ଅଭିଭାବକ ଏବଂ ସ୍ଥାନୀୟ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଏହି ଅବସରରେ ଶିକ୍ଷା ସଚେତନ ରଥକୁ ଶୁଭାରମ୍ଭ କରାଯାଇଥିଲା।

ରଥ ବ୍ଲକର ବିଭିନ୍ନ ଗାଁକୁ ଯାଇ ଶିକ୍ଷାର ଗୁରୁତ୍ୱ, ନବପ୍ରବେଶ ଏବଂ ଶିଶୁମାନଙ୍କ ନିୟମିତ ଉପସ୍ଥିତି ବିଷୟରେ ସଚେତନତା ସୃଷ୍ଟି କରିବ ବୋଲି ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସଭା କାର୍ଯ୍ୟକୁ ସିଆରସିସି ଉଜ୍ଜ୍ୱଳ କୁମାର ସାହୁ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମକୁ ଶିକ୍ଷା ବିଭାଗର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri