ଥୁଆମୂଳ ରାମପୁରରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ-ଖଡ଼ିଛୁଆଁ କାର୍ଯ୍ୟକ୍ରମ

ଥୁଆମୂଳ ରାମପୁର,୨।୪(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ସ୍ଥିତ ସରକାରୀ ଉଚ୍ଚ ଉନ୍ନତ ପ୍ରାଥମିକ ବିଦ୍ୟାଳୟରେ ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀ ନଳିନୀ ପ୍ରଭାତୀ ଠାକୁରଙ୍କ ତତ୍ତ୍ୱାବଧାନରେ ବ୍ଳକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଏମ୍‌ପି ବ୍ଳକ ପ୍ରତିନିଧି ପବିତ୍ର ନାଏକ ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଥୁଆମୁଳ ରାମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧ୍ରୁବଚରଣ ମୁଦୁଲି, ବିଧାୟକ ବ୍ଳକ ପ୍ରତିନିଧି ମାଣିକ୍ୟ ଚନ୍ଦ୍ର ନାଏକ, ଏବିଓ ହେମନ୍ତ ପଣ୍ତା, ସିଆରସିସି ସୁନାଧର ମାଝୀ, ସ୍ଥାନୀୟ ସରପଞ୍ଚ ବିଜୟା ମାଝୀ, ଥୁଆମୁଳ ରାମପୁର ବ୍ଳକ ଭାଜପା ବରିଷ୍ଠ ନେତା ବିପିନ ବିହାରୀ ନାଏକ, ସିଆରସିସି ଝଜୁରୁ ମାଝୀ, ଶିକ୍ଷକ ହେମନ୍ତ ଲୁହାର, ଜୟସିଂ ମାଝୀ, ଅମର ସିଂ ମାଝୀ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପାର୍ବତୀ ଧଙ୍ଗଡା ମାଝୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ ପୂର୍ବକ ଶୁଭାରମ୍ଭ କରିଥିଲେ। ସିଆରସସି ସୁନାଧର ମାଝୀ ମଞ୍ଚକୁ ପରିଚାଳନା କରିଥିବା ବେଳେ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଓ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ପ୍ରବେଶ ଉତ୍ସବ ଓ ଖଡିଛୁଆଁର ମୁଖ୍ୟ ଉଦ୍ଦେଶ୍ୟ ବିଷୟ ଉପରେ ସେମାନେ ପୁଙ୍ଖାନୁପୁଙ୍ଖ ଭାବରେ ଅଭିଭାବକ ଓ ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ବେଳେ ଏଥିରେ ଘର – ସ୍କୁଲ ସଂଯୋଗ କର୍ମଶାଳାରେ ଛାତ୍ରମାନଙ୍କ ଶିକ୍ଷାରେ ଅଭିଭାବକଙ୍କ ଭୂମିକା ଓ ଦାୟିତ୍ୱ ଏବଂ ପରାମର୍ଶ ପାଇଁ ସ୍ବତନ୍ତ୍ର ପ୍ରୟାସ କରିବା ସହିତ ଏହାର ମୁଖ୍ୟ ଉଦ୍ଦେଶ୍ୟ ଉପରେ ଆମକ ଉପସ୍ଥିତ ସମସ୍ତ ଅଭିଭାବକ ଓ ଅଭିଭାବିକାମାନଙ୍କୁ ସଚେତନତା ସୃଷ୍ଟି କରାଯାଇଥିଲା। ତେବେ ଅଙ୍ଗନବାଡି କେନ୍ଦ୍ରରେ ଶିଶୁମାନଙ୍କ ଶିକ୍ଷା ଶେଷ ହେବା ପରେ ପ୍ରାଥମିକ ବିଦ୍ୟାଳୟରେ ପ୍ରବେଶ ଓ ଖଡିଛୁଆ କାର୍ଯ୍ୟକ୍ରମରେ ୧୪ ଜଣ ଛାତ୍ରଛାତ୍ରୀଙ୍କ ନାମ ଲେଖା ହୋଇଥିଲା। ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନାଗେଶ୍ବର ନାଏକ ସମେତ ଅନ୍ୟାନ୍ୟ ଶିକ୍ଷୟତ୍ରୀଶିକ୍ଷକ ସହଯୋଗ କରିଥିଲେ। ସେଭଳି ବ୍ଲକର ଅନ୍ୟାନ୍ୟ ପ୍ରାଥମିକ, ଉନ୍ନତ ପ୍ରାଥମିକ ବିଦ୍ୟାଳୟମାନଙ୍କରେ ମଧ୍ୟ ଖଡିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri