ପଛୁଆବର୍ଗର ଲୋକଙ୍କୁ ବିକଶିିତ କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ: ମନ୍ତ୍ରୀ

ପୁୁରୁଷୋତ୍ତମପୁର,୧୫ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରାଣି ଚିକିତ୍ସା ଅଧିକାରୀ ଡା.ମନୋଜ ଶତପଥୀଙ୍କ ପୌରହିତ୍ୟରେ ହୋଇଥିବା ଏହି କାର୍ଯ୍ୟକମରେ ମୁଖ୍ୟଅତିଥି ଭାବେ ମତ୍ସ୍ୟ ଓ ପ୍ରଣିସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ଚାଷୀଙ୍କ ବିକାଶ ହେଲେ ଦେଶର ବିକାଶ ହୋଇପାରିବ। ସମାଜରେ ରହିଥିବା ପଛୁଆବର୍ଗର ଲୋକଙ୍କୁ ଆଗେଇନେଇ ସେମାନଙ୍କୁ ବିକଶିତ କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। ଦାଦନ ସମସ୍ୟାକୁ ରୋକିବା, ଗ୍ରାମାଞ୍ଚଳରେ କୃଷି ଓ କୃଷକଙ୍କ ବିକାଶ କରିବା ସହ ମହିଳାମାନଙ୍କୁ ଆତ୍ମନିର୍ଭରଶୀଳ କରି ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ମତ୍ସ୍ୟଚାଷ, ଘାସଚାଷ ସହ ଗାଈ,ଛେଳି,କୁକୁଡା,ବତକ ପାଳନ ପାଇଁ ପ୍ରୋତ୍ସାହନ ପ୍ରଦାନ କରାଯାଉଛି। ଏଥିପାଇଁ ବିଭିନ୍ନ ଯୋଜନା ରହିଛି। ସହାୟତା, ଋଣ, ସବସିଡି ଓ ଇନ୍‌ସୁରାନ୍ସ ସହ ପ୍ରାଣୀସମ୍ପଦର ସୁରକ୍ଷା ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ସମ୍ମାନିତ ଅତିଥିଭାବରେ ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକ,ଏନଏସି ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, ବିଡିଓ ଶରତ ପାତ୍ର, ଜିଲା ମତ୍ସ୍ୟ ଅଧିକାରୀ ଭାରତ ଭୂଷଣ ଜେ.ସାହୁ, ଜିଲା ପ୍ରାଣୀଧନ ଅଧିକାରୀ ଡା.ରଞ୍ଜନ ଦାସ, ପୁରୁଷୋତ୍ତମପୁର ବ୍ଲକ ସହକାରୀ ପ୍ରାଣି ଚିକିତ୍ସା ଅଧିକାରୀ ଡା.ସାନ୍ତାସ୍ବରୂପା ମିଶ୍ର, ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା ଯୋଗଦେଇ ମତ୍ସ୍ୟଚାଷ ଓ ପ୍ରାଣି ସୁରକ୍ଷା ନେଇ ଚାଷୀଙ୍କୁ ବିଭିନ୍ନ ପରାମର୍ଶ ଦେଇଥିଲେ। ଏହି ଅବସରରେ ଚାଷୀଙ୍କୁ କାର୍ଯ୍ୟାଦେଶ ଓ ସହାୟତା ପ୍ରଦାନ ସହ ସଫଳ ଚାଷୀଙ୍କୁ ପୁରସ୍କୃତ କରାଯାଇଥିଲା। ବ୍ଲକ ସହକାରୀ ମତ୍ସ୍ୟ ଅଧିକାରୀ ଦେବବ୍ରତ ନାୟକ ଧନ୍ୟବାଦ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri