ପଛୁଆବର୍ଗର ଲୋକଙ୍କୁ ବିକଶିିତ କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ: ମନ୍ତ୍ରୀ

ପୁୁରୁଷୋତ୍ତମପୁର,୧୫ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରାଣି ଚିକିତ୍ସା ଅଧିକାରୀ ଡା.ମନୋଜ ଶତପଥୀଙ୍କ ପୌରହିତ୍ୟରେ ହୋଇଥିବା ଏହି କାର୍ଯ୍ୟକମରେ ମୁଖ୍ୟଅତିଥି ଭାବେ ମତ୍ସ୍ୟ ଓ ପ୍ରଣିସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ଚାଷୀଙ୍କ ବିକାଶ ହେଲେ ଦେଶର ବିକାଶ ହୋଇପାରିବ। ସମାଜରେ ରହିଥିବା ପଛୁଆବର୍ଗର ଲୋକଙ୍କୁ ଆଗେଇନେଇ ସେମାନଙ୍କୁ ବିକଶିତ କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। ଦାଦନ ସମସ୍ୟାକୁ ରୋକିବା, ଗ୍ରାମାଞ୍ଚଳରେ କୃଷି ଓ କୃଷକଙ୍କ ବିକାଶ କରିବା ସହ ମହିଳାମାନଙ୍କୁ ଆତ୍ମନିର୍ଭରଶୀଳ କରି ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ମତ୍ସ୍ୟଚାଷ, ଘାସଚାଷ ସହ ଗାଈ,ଛେଳି,କୁକୁଡା,ବତକ ପାଳନ ପାଇଁ ପ୍ରୋତ୍ସାହନ ପ୍ରଦାନ କରାଯାଉଛି। ଏଥିପାଇଁ ବିଭିନ୍ନ ଯୋଜନା ରହିଛି। ସହାୟତା, ଋଣ, ସବସିଡି ଓ ଇନ୍‌ସୁରାନ୍ସ ସହ ପ୍ରାଣୀସମ୍ପଦର ସୁରକ୍ଷା ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ସମ୍ମାନିତ ଅତିଥିଭାବରେ ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକ,ଏନଏସି ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, ବିଡିଓ ଶରତ ପାତ୍ର, ଜିଲା ମତ୍ସ୍ୟ ଅଧିକାରୀ ଭାରତ ଭୂଷଣ ଜେ.ସାହୁ, ଜିଲା ପ୍ରାଣୀଧନ ଅଧିକାରୀ ଡା.ରଞ୍ଜନ ଦାସ, ପୁରୁଷୋତ୍ତମପୁର ବ୍ଲକ ସହକାରୀ ପ୍ରାଣି ଚିକିତ୍ସା ଅଧିକାରୀ ଡା.ସାନ୍ତାସ୍ବରୂପା ମିଶ୍ର, ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା ଯୋଗଦେଇ ମତ୍ସ୍ୟଚାଷ ଓ ପ୍ରାଣି ସୁରକ୍ଷା ନେଇ ଚାଷୀଙ୍କୁ ବିଭିନ୍ନ ପରାମର୍ଶ ଦେଇଥିଲେ। ଏହି ଅବସରରେ ଚାଷୀଙ୍କୁ କାର୍ଯ୍ୟାଦେଶ ଓ ସହାୟତା ପ୍ରଦାନ ସହ ସଫଳ ଚାଷୀଙ୍କୁ ପୁରସ୍କୃତ କରାଯାଇଥିଲା। ବ୍ଲକ ସହକାରୀ ମତ୍ସ୍ୟ ଅଧିକାରୀ ଦେବବ୍ରତ ନାୟକ ଧନ୍ୟବାଦ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri