ଦିଗପହଣ୍ଡି ରେ ବ୍ଳକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା:ବିଧାୟକଙ୍କ ଦ୍ୱାରା ଚାଷୀ ସମ୍ବର୍ଦ୍ଧିତ

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର) ଗ୍ରାମାଞ୍ଚଳରେ କୃଷି ଓ କୃଷକର ବିକାଶ ଏବଂ ସେମାନଙ୍କ ଆୟକୁ ଦିଗୁଣିତ କରିବା ଉଦ୍ଦେଶ୍ୟରେ ବୁଧବାର ଦିଗପହଣ୍ଡି ହାଇସ୍କୁଲ ଖେଳପଡିଆଠାରେ ବ୍ଳକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ପ୍ରାଣୀ ଚିକିତ୍ସାଧିକାରୀ ଡା. ମଧୁସ୍ମିତା ପଣ୍ଡାଙ୍କ ସଂଯୋଜନାରେ ଆୟୋଜିତ ମେଳାରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ଏବଂ ଗଞ୍ଜାମ ଜିଲା ମତ୍ସ୍ୟ ସମ୍ପଦ ଅଧିକାରୀ ଭରତ ଭୂଷଣ ଜେ. ସାହୁ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ । ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ , ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉମେଶ କୁମାର ସେଠୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ । ସଭାକାର୍ଯ୍ୟ ଆରମ୍ଭ ପୂର୍ବରୁ ଅତିଥିବୃନ୍ଦ ଗୋ -ପୂଜନ କରିବା ସହ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଦ୍ବାରା କୃଷି ଓ କୃଷକଙ୍କୁ ଅବଗତ କରାଇବା ନିମନ୍ତେ ଆୟୋଜିତ ଷ୍ଟଲ ଗୁଡ଼ିକୁ ବୁଲି ଦେଖିଥିଲେ । ଏହାପରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ଗୋପାଳନ , ମଇଁଷି , ଗାଈ ବାଛୁରୀ , କୃଷି ଉଦ୍ୟୋଗ ଯୋଜନାରେ ହିତାଧିକାରୀଙ୍କୁ ଅତିରିକ୍ତ ରିହାତି , ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନାରେ କୁକୁଡ଼ା ପାଳନ , ଛେଳି, ମେଣ୍ଢା ପାଳନ , ମୁଖ୍ୟମନ୍ତ୍ରୀ ପ୍ରାଣୀ କଲ୍ୟାଣ ଯୋଜନାରେ ନୂତନ ଗୋଶାଳା ପାଇଁ ସହାୟତା ସମେତ ମତ୍ସ୍ୟ ଚାଷ ବିଷୟରେ ସଭାରେ ଆଲୋକପାତ କରାଯାଇଥିଲା । ରାଜ୍ୟ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ ଦାରା ଚାଷୀ ମାନଙ୍କ ପାଇଁ ଲୋକାଭିମୁଖୀ ଯୋଜନା କରି ସେମାନଙ୍କୁ ସହାୟତା କରି ଆସୁଛନ୍ତି ତେଣୁ ଏହି କାର୍ଯ୍ୟକ୍ରମ ମ୍ଯଯଯମରେ ବିଭାଗୀୟ ଅଧିକାରୀ ମାନେ ଚାଷୀ ମାନଙ୍କୁ ସରଳ ଭାବେ ବୁଝାଇବାକୁ ବିଧାୟକ ପରାମର୍ଶ ଦେଇଥିଲେ । ଶେଷରେ ବ୍ଳକର ଶ୍ରେଷ୍ଠ ଗୋପାଳକ , ଛେଳି ପାଳକ ଏବଂ ମତ୍ସ୍ୟ ଚାଷୀ ମାନଙ୍କୁ ଅତିଥିଙ୍କ ଦ୍ୱାରା ମାନପତ୍ର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା । ପାତ୍ରପୁର ବ୍ଳକ ପ୍ରାଣୀ ଚିକିତ୍ସାଧିକାରୀ ଡ଼ା. ସସ୍ମିତା ପଣ୍ଡା ମଞ୍ଚ ପରିଚାଳନା କରିଥିବା ବେଳେ ଦିଗପହଣ୍ଡି ମତ୍ସ୍ୟ ଜାଆଁଳ ଉତ୍ପାଦନ କେନ୍ଦ୍ରର ସହକାରୀ ମତ୍ସ୍ୟ ଅଧିକାରୀ ଜୟଭଦ୍ର ମହାରଣା ଧନ୍ୟବାଦ ଅର୍ପଣ କରିଥିଲେ । ସଭାରେ କବିସୂର୍ଯ୍ୟ ବଳଦେବ ରଥଙ୍କ ଜନ୍ମ ସ୍ଥାନକୁ ନେଇ ଦିଗପହଣ୍ଡି ଓ କବିସୂର୍ଯ୍ୟନଗର ମଧ୍ୟରେ ବିବାଦ ଲାଗି ରହିଥିବା ବେଳେ ଉପଖଣ୍ଡ ପ୍ରାଣୀ ଚିକିତ୍ସାଧିକାରୀ କବିସୂର୍ଯ୍ୟ ଙ୍କ ମାମୁଁ ଘର ଦିଗପହଣ୍ଡି ବୋଲି ଉଦବୋଧନ ଦେବାରୁ ଉପସ୍ଥିତ ଆଇନଜୀବୀ ହରପ୍ରସାଦ ରଥ ଏହାର ପ୍ରତିବାଦ କରି କବିସୂର୍ଯ୍ୟ ଙ୍କ ଜନ୍ମସ୍ଥାନ ଦିଗପହଣ୍ଡି ବ୍ଲକ ବିଜୟନଗର ଗଡ ରେ ବୋଲି ପ୍ରତିକ୍ରିୟା ରଖିବାରୁ ପ୍ରାଣୀ ଚିକିତ୍ସାଧିକାରୀ ନିଜ ଅଭିଭାଷଣକୁ ଫେରାଇ ନେଇଥିବା ଘୋଷଣା କରିଥିଲେ। ଏହି ମେଳାରେ ଉଭୟ ପ୍ରାଣୀ ଓ ମତ୍ସ୍ୟ ବିଭାଗର ଅଧିକାରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ଏହି ମେଳା ରେ ବହୁ ସଂଖ୍ୟକ ପଞ୍ଚାୟତ ପ୍ରତିନିଧି ବୃନ୍ଦ ଉପସ୍ଥିତ ଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri