ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅବସରରେ ‍‍ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା

ବାଲିଗୁଡା,୩ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ନୂଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨୦୨୪ ଅବସରରେ ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଉଦଯାପନୀ ଉତ୍ସବରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ,ବିଇଓ ମହେଶ୍ବର ମାଝୀ, ଏବିଇଓ ବଳରାମ ବେହେରା ଓ ବଂଶୀଧର ସାହୁ, ପ୍ରଧାନ ଶିକ୍ଷୟିତ୍ରୀ ରେଣୁକାବତୀ ସାହାଣୀ ଏବଂ ସମସ୍ତ ସିଆରସିସି ଉପସ୍ଥିତ ରହି ପିଲାମାନଙ୍କୁ ଉଦବୋଧନ ଦେଇ ସେମାନଙ୍କୁ ଉତ୍ସାହିତ କରିଥିଲେ।।

ଏହି ପ୍ରତିଯୋଗିତା ରେ ବିଭିନ୍ନ ବିଦ୍ୟାଳୟରୁ ବରିଷ୍ଠ ବିଭାଗରୁ ୧୦୦ ଜଣ ଛାତ୍ରଛାତ୍ରୀ, କନିଷ୍ଠ ଓ ଉପକନିଷ୍ଠ ବିଭାଗ ରୁ ୧୫୦ ଜଣ ମୋଟ୍ ୨୫୦ ଜଣ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ।ଗାଇଡ ଟିଚର ଏବଂ ସହଯୋଗୀ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ମିଶାଇ ମୋଟ ୩୫୦ ଜଣ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ପ୍ରତିଯୋଗିତାକୁ‌ ପରିଚାଳନା କରୁଥିଲେ ଅଭିଜ୍ଞ ଶିକ୍ଷକ ଶିକ୍ଷୟିତ୍ରୀ ଓ ସିଆରସିସିମାନେ।

ପ୍ରତିଯୋଗିତା ରେ ବିଭିନ୍ନ ବିଭାଗର କୃତି ଛାତ୍ରଛାତ୍ରୀ ମାନଙ୍କୁ ପ୍ରମାଣ ପତ୍ର ତଥା ଉପହାର ବଣ୍ଟନ ହେବା ସହିତ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର, ପ୍ରମାଣ ପତ୍ର ତଥା ଉପହାର ବଣ୍ଟନ ଅତିଥି ମାନଙ୍କ ଦ୍ଵାରା ବଣ୍ଟନ କରାଯାଇଥିଲା। ବରିଷ୍ଠ ବିଭାଗ ରୁ ପ୍ରଥମ ସ୍ଥାନ ଅଧିକାର କରିଥିଲେ ବାଲିଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ର ଛାତ୍ର ଦିନବନ୍ଧୁ ସେଠୀ, କନିଷ୍ଠ ବିଭାଗ ରୁ ପ୍ରଥମ ସ୍ଥାନ ଅଧିକାର ଓଡିଶା ଆଦର୍ଶ ବିଦ୍ୟାଳୟ ଦଣ୍ଡପଦର ର ସପ୍ତମ ଶ୍ରେଣୀ ଛାତ୍ର ଶିବାଶିଷ ପଣ୍ଡା ଓ ଉପ କନିଷ୍ଠ ବିଭାଗ ରୁ ପ୍ରଥମ ସ୍ଥାନ ଅଧିକାର କରିଥିଲେ ସରକାରୀ ଉଚ୍ଚ ବିଦ୍ୟାଳୟ ପଦ୍ମାପଦର ର ଛାତ୍ରୀ ସୁପ୍ରଭା ଦଣ୍ଡିଆ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri