ଥୁଆମୂଳ ରାମପୁରରେ ବ୍ଲକ ସ୍ତରୀୟ ‘କଳାହାଣ୍ଡି ଉତ୍ସବ-ଘୁମୁରା’ର ଶୁଭାରମ୍ଭ

ଥୁଆମୂଳ ରାମପୁର, ୪।୧ (ଦୁର୍ଗା କୀର୍ତ୍ତି): ଆସନ୍ତା ୬ ଓ ୭ ତାରିଖରେ ସ୍ଥାନୀୟ ବାବା ଖଣ୍ଡୁଆଳ ମିନି ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହେବାକୁ ଯାଉଛି ୨୮ତମ ବ୍ଲକ ସ୍ତରୀୟ ‘କଳାହାଣ୍ଡି ଉତ୍ସବ-ଘୁମୁରା ୨୦୨୬’ । ଏହି ପରିପ୍ରେକ୍ଷୀରେ ଶନିବାର ମାଁ ମାଣିକେଶ୍ୱରୀ ପଞ୍ଚାୟତ ସମିତି ମହାବିଦ୍ୟାଳୟ ଖେଳ ପଡ଼ିଆଠାରେ ବ୍ଲକ ସ୍ତରୀୟ ନକଆଉଟ ଭଲିବଲ ଟୁର୍ନାମେଣ୍ଟ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି । ଥୁଆମୂଳ ରାମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡ଼ିଓ) ଧ୍ରୁବ ଚରଣ ମୁଦୁଲି ଏହି କ୍ରୀଡ଼ା ମହୋତ୍ସବରେ ଅତିଥି ଭାବେ ଯୋଗଦେଇ ଫିତା କାଟି ନଡ଼ିଆ ବାଡେଇ ଖେଳର ଶୁଭାରମ୍ଭ କରିଥିବା ବେଳେ ଅନ୍ୟତମ ଅତିଥି ଭାବେ ସହକାରୀ ନିର୍ୱାହୀ ଯନ୍ତ୍ରୀ ସାଲଖୁ ହେମ୍ୱ୍ରମ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୁନାରାମ ସୋରେନ, ମହାବିଦ୍ୟାଳୟ ଅଧ୍ୟକ୍ଷ ସତ୍ୟନାରାୟଣ ମୁଣ୍ଡଛିନା, ଯୋଗାଣ ନିରୀକ୍ଷକ ବିଭୁରଞ୍ଜନ ସାହୁ, ଆର.ଏଚ. ରାଜେନ୍ଦ୍ର ନାରାୟଣ ଦେବ ଏବଂ ଅଧ୍ୟାପକ ବିରଞ୍ଚି ନାଏକ ପ୍ରମୁଖ ଉପସ୍ଥିତ ରହି ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ କଳାହାଣ୍ଡି ଏମପିଙ୍କ ବ୍ଲକ ପ୍ରତିନିଧି ପବିତ୍ର ନାଏକ, ବିଷ୍ଣୁ ନାଏକ ଓ ରାଧା ନାଏକ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।
ନବଜୀବନ ଯୁବ ଅନୁଷ୍ଠାନ (NJYA) ଦ୍ୱାରା ଆୟୋଜିତ ଏହି ଟୁର୍ନାମେଣ୍ଟରେ ମୋଟ ୧୬ଟି ପ୍ରତିଷ୍ଠିତ ଦଳ ଅଂଶଗ୍ରହଣ କରିଛନ୍ତି । ଏଥିରେ କାଠକୁରା, ପାଡେଲଗୁଡ଼ା, ସାନ୍ଦେରଲା, ବି. ହାଇସ୍କୁଲ ଡାକକୋଟା, ଏନ୍ଜେୱାଇଏ, ତଲଝାପି, ଡୁମେରପଦର, ସିରିମସ୍କା, ଦାବ୍ରିଗୁଡ଼ା, ତେରଙ୍ଗାଶିଲ, ପାଲଜୋର, ବାଗଡିଆଣି ଏବଂ MMPS ଥୁଆମୂଳ ରାମପୁର ଭଳି ଦଳଗୁଡ଼ିକ ମଧ୍ୟରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିଛି । ଦୁଇ ଦିନ ଧରି ଚାଲିବାକୁ ଥିବା ଏହି ଖେଳର ରବିବାର ଚୂଡ଼ାନ୍ତ ବିଜୟୀ ହୋଇ ଦଳକୁ ବ୍ଲକ ସ୍ତରୀୟ ମୁଖ୍ୟ ଉତ୍ସବରେ ପୁରସ୍କୃତ କରାଯିବ । ନବଜୀବନ ଯୁବ ଅନୁଷ୍ଠାନର କର୍ମକର୍ତ୍ତା ଅନନ୍ତ ନାଏକ, ଜିତେନ୍ଦ୍ର ବାଗ ଓ ହିତେଶ କୁମାର ନାଏକ ପ୍ରମୁଖ ସମଗ୍ର ଖେଳ ପରିଚାଳନା କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ଭୂତ ଭୟ ଘଟଣା, ଜିଲା ପ୍ରଶାସନ ସଚେତନ…..

ରାୟଗଡ଼ା,୨୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଡାହାଣୀ ପ୍ରଥା ନିଷେଧ ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି…

କିସ୍‌ ହଷ୍ଟେଲ୍‌ରୁ ମିଳିଲା ଜଣେ ଛାତ୍ରଙ୍କ ମୃତଦେହ: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୧।୨(ତ୍ରିନାଥ ମହାନ୍ତି):ଇନ୍‌ଫୋସିଟି ଥାନା ଅନ୍ତର୍ଗତ କିସ୍‌(କଳିଙ୍ଗ ଇନ୍‌ଷ୍ଟଚ୍ୟୁଟ୍‌ ଅଫ୍‌ ସୋସିିଆଲ ସାଇନ୍ସ)ରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଛାତ୍ର ହେଲେ ଚନ୍ଦନ ସବର। ତାଙ୍କ…

ବାଇକକୁ ପିଟିଲା ଟ୍ରକ, ଚାପି ହୋଇ ବାଇକ ଆରୋହୀଙ୍କ ଜୀବନ ଗଲା

ବାଲେଶ୍ୱର, ୨୧।୨( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଦଣ୍ଡିକା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି…

ଧସିଲା ଜଳସେଚନ ବିଭାଗର ସର୍ବପୁରାତନ କେନାଲ ବ୍ରିଜ୍‌, ଯାତାୟାତ ଠପ୍‌

ଜୟପୁର,୨୧।୨(ପବନ ପାଣିଗ୍ରାହୀ): ଜଳସେଚନ ବିଭାଗର ଏହି ସର୍ବପୁରାତନ କେନାଲ ବ୍ରିଜ ଧସିଯାଇଛି । ଫଳରେ ଜୟପୁର ସହରରୁ ବାରିଣୀପୁଟ ପଞ୍ଚାୟତର ଅନେକ ଗାଁକୁ ଯାତାୟତ ଠପ୍ ହୋଇଯାଇଛି…

ନାଣ୍ଡୁ ଆଣିଥିଲେ ବନ୍ଧୁକ, ଚଳାଇଲେ ଉତ୍କଳ କେଶରୀ

କଟକ,୨୧।୨(କାର୍ତ୍ତିକ ସାହୁ):କଟକ ମଧୁପାଟଣା ଥାନା ଅନ୍ତର୍ଗତ ନୂଆପଡ଼ା ଗୁଳିକାଣ୍ଡ ମାମଲାରେ କମିଶନରେଟ ପୋଲିସ ୫ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ହୁକୁ…

ଟି୨୦ ବିଶ୍ୱକପ ମଝିରେ ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଏହି କ୍ରିକେଟର୍‌: ଛାଡ଼ପତ୍ର ପରେ…

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ମଧ୍ୟରେ ଭାରତୀୟ ଦଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଟିମ ଇଣ୍ଡିଆର ଷ୍ଟାର ସ୍ପିନର ରାହୁଲ ଚହରଙ୍କ ଛାଡ଼ପତ୍ର ହୋଇଛି।…

ଫେବୃଆରୀ ୨୩ ତାରିଖରେ କୁମ୍ଭ ରାଶିରେ ଅଙ୍ଗାରକ ଯୋଗ, ୩ ରାଶିକୁ ସତର୍କ….

ଯେତେବେଳେ ମଙ୍ଗଳ ଏବଂ ରାହୁଙ୍କ ସଂଯୋଗ ହୁଏ, ଅଙ୍ଗାରକ ଯୋଗ ସୃଷ୍ଟି ହୁଏ। ୨୩ ଫେବୃଆରୀରେ ମଙ୍ଗଳ ମକର ରାଶି ଛାଡି କୁମ୍ଭ ରାଶିରେ ପ୍ରବେଶ କରିବେ…

ଦେବଗଡରେ ବୁଲା କୁକୁର ଆତଙ୍କ, ଯାହାକୁ ଦେଖୁଛି….

ଦେବଗଡ,୨୧ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସହରରେ କୁକୁର ଆତଙ୍କ । ବୁଲା କୁକୁର ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡୁଥିବା ନେଇ ଅଭିଯୋଗ ହୋଇଛି । ଛୋଟ ଛୁଆଠୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri