ବ୍ଲକ ସ୍ତରୀୟ ଆଇନ ସଚେତନତା ସଭା, ମହିଳା ସୁରକ୍ଷା ଆଇନ, ଅଧିକାର ଉପରେ ଆଲୋଚନା

ଦିଗପହଣ୍ଡି,୧୨।୨(ଅଶେଷ ନାଥ ମିଶ୍ର): ରାଜ୍ୟ ମହିଳା କମିଶନଙ୍କ ନିର୍ଦ୍ଦେଶ କ୍ରମେ ଏବଂ ଗଞ୍ଜାମ ଜିଲା ସମାଜ ମଙ୍ଗଳ କାର୍ଯ୍ଯାଳୟ ସହଯୋଗରେ ଦିଗପହଣ୍ଡି ପୁଞ୍ଜିକୟାଁ ଛକ ସ୍ଥିତ ନନ୍ଦିଘୋଷ କଲ୍ଯାଣ ମଣ୍ଡପରେ ଦିଗପହଣ୍ଡି ବ୍ଲକ ସ୍ତରୀୟ ଆଇନ ସଚେତନତା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି।

ଦିଗପହଣ୍ଡି ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ଆନୁକୁଲ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ସିଡିପିଓ ପୁଷ୍ପାଞ୍ଜଳି ଶତପଥି ଅଧ୍ୟକ୍ଷତା କରିଥିଲେ। ଗଞ୍ଜାମ ଜିଲା ସମାଜ ମଙ୍ଗଳ ଅଧିକାରୀ ପଦ୍ମିନୀ ସାହୁ, ଦିଗପହଣ୍ଡି ବ୍ଲକ ଅଧ୍ଯକ୍ଷା ଯମୁନା ନାଇକ, ତହସିଲଦାର ଅନିତା କୁମାରୀ ସାହୁ, ବିଡ଼ିଓ ଡ. ଚିତ୍ତରଞ୍ଜନ ଦାସ, ଖେମୁଣ୍ଡି ଓକିଲ ସଂଘର ସଭାପତି ହରପ୍ରସାଦ ରଥ, ବ୍ଲକ ଉପାଧ୍ଯକ୍ଷା ସୁକାନ୍ତି ପ୍ରଧାନ, ଏନ୍ଏସି ଅଧ୍ଯକ୍ଷ ପ୍ରଫୁଲ  ପଣ୍ଡା, ଏନ୍ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼. ଅଶୋକ କୁମାର କର୍ଣ୍ଣ ଏବଂ ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ ପ୍ରମୁଖ  ଅତିଥି ଭାବେ ଯୋଗ ଦେଇଥିଲେ।

ବିଶେଷ କରି ମହିଳା ସୁରକ୍ଷା ଆଇନ, ମହିଳାଙ୍କ ଅଧିକାର ଏବଂ ମହିଳା ମାନଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ଅତିଥି ବୃନ୍ଦ ଆଲୋକପାତ କରିଥିଲେ। ପରେ ଜିଲା ଜୁଭେନାଇଲ ଜଷ୍ଟିସ ବୋର୍ଡ ସଭ୍ଯ ଆଇନଜୀବି ଅମୀୟ କୁମାର ତ୍ରିପାଠୀ ଏବଂ କୃଷ୍ଣଚନ୍ଦ୍ର ବେହେରା ଉପସ୍ଥିତ ସଭାରେ ଉପସ୍ଥିତ ମହିଳା ମାନଙ୍କୁ ବିଭିନ୍ନ ଆଇନ ସମ୍ପର୍କରେ ଉପରେ ସଚେତନ କରାଇଥିଲେ।

କାର୍ଯ୍ୟକ୍ରମକୁ ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ ସଂଯୋଜନା କରିଥିବା ବେଳେ ସମସ୍ତ ପଞ୍ଚାୟତର ନିର୍ବାଚିତ ପ୍ରତିନିଧି, ଅଙ୍ଗନୱାଡ଼ି ସୁପ୍ରଭାଇଜର, ଅଙ୍ଗନବାଡି କର୍ମୀ, ବିଭିନ୍ନ ମହାବିଦ୍ୟାଳୟ ର  ଛାତ୍ରୀ ବୃନ୍ଦ ଓ ବହୁ ସଂଖ୍ୟକ ମହିଳା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍‌ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ

କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍‌ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍‌ର ମୃତ୍ୟୁ ଘଟିିଥିବା ସନ୍ଦେହ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri