ବ୍ଳକସ୍ତରୀୟ ସାଂସଦ ଖେଳ ମହୋତ୍ସବ ଉଦ୍‌ଯାପିତ: ଯୋଗ ଦେଇଥିଲେ ୭ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୭।୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ପ୍ରଶାସନ ପକ୍ଷରୁ ଗତ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ବ୍ଳକସ୍ତରୀୟ ସାଂସଦ ଖେଳ ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି । ବିଡ଼ିଓ ଅନାମିକା ପାଣ୍ଡେଙ୍କ ତତ୍ତାବଧାନରେ ଅନୁଷ୍ଠିତ ଉଦ୍‌ଯାପନୀ ସମାରୋହରେ ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା, କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, ଅତିରିକ୍ତ ବ୍ଳକ ଉନ୍ନୟନ ଅଧିକାରୀ ଉମେଶ ସେଠୀ, ବି.ତୁରୁବୁଡି ସରପଞ୍ଚ ଲିଙ୍ଗା ଦୋରା, ଜିପିଡିଓ ରୋଜାଲିନ ଦଳାଇ, ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ରଶ୍ମୀ ପ୍ରକାଶିନୀ ଜାନୀ ପ୍ରମୁଖ ଅତିଥି ଭାବେ ଉପସ୍ଥିତ ରହି ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଛାତ୍ରଙ୍କୁ ମାନପତ୍ର ସହ ମେଡାଲ ଦେଇ ସମ୍ମାନିତ କରିଥିଲେ।

ଏଥିରେ ଦିଗପହଣ୍ଡି ବ୍ଳକ ଓ ଏନ୍‌ଏସିର ବିଭିନ୍ନ ସ୍କୁଲ ଏବଂ କଲେଜରୁ ୭ଶହରୁ ଊର୍ଦ୍ଧ୍ୱ  ଛାତ୍ରୀଛାତ୍ର କବାଡି, ଖୋଖୋ, ଭଲିବଲ, କ୍ରିକେଟ, ଚେସ୍‌, ଦୌଡ, ଚିତ୍ରାଙ୍କନ, ବ୍ୟାଡମିଣ୍ଟନ, ଉଚ୍ଚ ଡିଆଁ, ଲମ୍ବା ଡିଆଁ ଭଳି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ବ୍ଳକ କ୍ରୀଡା ସମ୍ପାଦକ ତଥା କ୍ରୀଡା ଶିକ୍ଷକ ଏମ୍‌.ଗୌରାଙ୍ଗ, ଏମ୍‌. ଶୁକୁରୁ ରେଡ୍ଡୀ, ସୀମାଞ୍ଚଳ ସାହୁ , ସୀମାଞ୍ଚଳ ପାଢ଼ୀ, ସୁଜିତ କୁମାର ଜେନା, କୈଳାସ ରେଡ୍ଡୀ, ଗୋପାଳ ରେଡ୍ଡୀଙ୍କ ସମେତ ବ୍ଳକର ସମସ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀ, ଏଡିଓ ଉପସ୍ଥିତ ରହି ସମସ୍ତ କ୍ରୀଡା ପରିଚାଳନାରେ ସହଯୋଗ କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri