ବ୍ଳକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ: ୪ ଗ୍ରାମପଞ୍ଚାୟତକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରୋତ୍ସାହନ ରାଶି ପ୍ରଦାନ

ଥୁଆମୂଳ ରାମପୁର,୨୪।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ- ୨୦୨୫ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭର୍ଚ୍ଚୁଆଲ ମୋଡ୍‌ରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି ବ୍ଳକ ସ୍ତରୀୟ ସମାରୋହ ବିଡ଼ିଓ ଧ୍ରୁବ ଚରଣ ମୁଦୁଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବାବେଳେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସାଂସଦ ବ୍ଳକ ପ୍ରତିନିଧି ପବିତ୍ର ନାଏକ, ସମ୍ମାନିତ ଅତିଥି ଭାବରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ଦୟାନିଧି ମାଝୀ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଧକ୍ଷ ସୀତାକାନ୍ତ ରଣ, ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ହେମନ୍ତ କୁମାର ପଣ୍ଡା, ସମନ୍ବିତ ଶିଶୁ ବିକାଶ ଯୋଜନା ଅଧିକାରୀଣୀ ମଧୁମାଲା ବାଗ, ବ୍ଳକର ବରିଷ୍ଠ ବିଜେପି ନେତା ବାଜ୍ରା ଭୋଇ, ବିପିନ ବିହାରୀ ନାଏକ, ଯୁବ ନେତା ଆଲୋକ କୁମାର ନାଏକ, ଦୟାନିଧି ଭୋଇ, ମହୁଳପାଟଣା ସରପଞ୍ଚ ରତନୀ ମାଝୀ ପ୍ରମୁଖ ଯୋଗଦେଇ କାର୍‌ୟଯକ୍ରମକୁ ଉଦଘାଟନ କରିଥିଲେ। ଏହି ଅବସରରେ ରାଜେନ୍ଦ୍ର ନାରାୟଣ ସିଂ ଦେବ ମଞ୍ଚକୁ ପରିଚାଳନା କରିଥିବା ବେଳେ ବ୍ଳକ ପ୍ରଶାସନ ଓ ଜିପିଡିଓ ତ୍ରିଲୋଚନ ନାଏକ ଆୟୋଜନ କରିଥିଲେ l

ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ବ୍ଲକର ୧୬ ଜଣ ହିତାଧିକାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ ନୂତନ ରାସନ କାର୍ଡ ପ୍ରଦାନ କରାଯାଇଥିବା ବେଳେ ଅନ୍ତୋଦୟ ଗୃହ ଯୋଜନାରେ ୪୮୦ ଜଣ ହିତାଧିକାରୀଙ୍କୁ ମଧ୍ୟରୁ ୧୯ ଜଣ ହିତାଧିକାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ ଉପସ୍ଥିତ ଅତିଥିଙ୍କ ଦାରା ୱାର୍କର ଅଡର୍ର୍‌ ବଣ୍ଟନ କରାଯାଇଥିଲା l ସେହିଭଳି ୪ଟି ଗ୍ରାମପଞ୍ଚାୟତ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟରେ ଉତ୍ତମ ପ୍ରଦର୍ଶନ କରିଥିବାରୁ ଜାତୀୟ ପୁରସ୍କାରରେ ପୋଡ଼ାପଦର, ମହୁଲପାଟଣା, ଗୋପାଳପୁର ଗ୍ରାମପଞ୍ଚାୟତକୁ ୩,୮୬,୪୭୩ ଟଙ୍କା ଏବଂ ସିଲେଟ ଗ୍ରାମପଞ୍ଚାୟତକୁ ୫,୭୯, ୭୧୦ଟଙ୍କାର ପ୍ରୋତ୍ସାହନ ରାଶି ମୁଖ୍ୟମନ୍ତ୍ରୀଙ୍କ ଦାରା ଭର୍ଚ୍ଚୁଆଲ ମୋର୍ଡ ମାଧ୍ୟମରେ ଚେକ ଦାରା
ଯୋଗେଇ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ଇନ୍ଦିରାବତୀ ଜଳଭଣ୍ଡାରରେ ନିତିଦିନିଆ ଡଙ୍ଗାଚଳକୁ ଦୃଷ୍ଟିରେ ରଖି ସେମାନଙ୍କୁ ସୁରକ୍ଷା ସରଞ୍ଜାମ ପ୍ରଦାନ କରାଯାଇଥିଲା। ଏଥିରେ ସମନ୍ବିତ ଶିଶୁ ବିକାଶ ଯୋଜନାର ଷ୍ଟଲ, ସ୍ବାସ୍ଥ୍ୟ ବିଭାଗ ଷ୍ଟଲ, କୃଷି ବିଭାଗ ଷ୍ଟଲ ମାନ ଖୋଲାଯାଇ ଲୋକଙ୍କୁ ସଚେତନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri