ବ୍ଳକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ: ୪ ଗ୍ରାମପଞ୍ଚାୟତକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରୋତ୍ସାହନ ରାଶି ପ୍ରଦାନ

ଥୁଆମୂଳ ରାମପୁର,୨୪।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ- ୨୦୨୫ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭର୍ଚ୍ଚୁଆଲ ମୋଡ୍‌ରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି ବ୍ଳକ ସ୍ତରୀୟ ସମାରୋହ ବିଡ଼ିଓ ଧ୍ରୁବ ଚରଣ ମୁଦୁଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବାବେଳେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସାଂସଦ ବ୍ଳକ ପ୍ରତିନିଧି ପବିତ୍ର ନାଏକ, ସମ୍ମାନିତ ଅତିଥି ଭାବରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ଦୟାନିଧି ମାଝୀ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଧକ୍ଷ ସୀତାକାନ୍ତ ରଣ, ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ହେମନ୍ତ କୁମାର ପଣ୍ଡା, ସମନ୍ବିତ ଶିଶୁ ବିକାଶ ଯୋଜନା ଅଧିକାରୀଣୀ ମଧୁମାଲା ବାଗ, ବ୍ଳକର ବରିଷ୍ଠ ବିଜେପି ନେତା ବାଜ୍ରା ଭୋଇ, ବିପିନ ବିହାରୀ ନାଏକ, ଯୁବ ନେତା ଆଲୋକ କୁମାର ନାଏକ, ଦୟାନିଧି ଭୋଇ, ମହୁଳପାଟଣା ସରପଞ୍ଚ ରତନୀ ମାଝୀ ପ୍ରମୁଖ ଯୋଗଦେଇ କାର୍‌ୟଯକ୍ରମକୁ ଉଦଘାଟନ କରିଥିଲେ। ଏହି ଅବସରରେ ରାଜେନ୍ଦ୍ର ନାରାୟଣ ସିଂ ଦେବ ମଞ୍ଚକୁ ପରିଚାଳନା କରିଥିବା ବେଳେ ବ୍ଳକ ପ୍ରଶାସନ ଓ ଜିପିଡିଓ ତ୍ରିଲୋଚନ ନାଏକ ଆୟୋଜନ କରିଥିଲେ l

ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ବ୍ଲକର ୧୬ ଜଣ ହିତାଧିକାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ ନୂତନ ରାସନ କାର୍ଡ ପ୍ରଦାନ କରାଯାଇଥିବା ବେଳେ ଅନ୍ତୋଦୟ ଗୃହ ଯୋଜନାରେ ୪୮୦ ଜଣ ହିତାଧିକାରୀଙ୍କୁ ମଧ୍ୟରୁ ୧୯ ଜଣ ହିତାଧିକାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ ଉପସ୍ଥିତ ଅତିଥିଙ୍କ ଦାରା ୱାର୍କର ଅଡର୍ର୍‌ ବଣ୍ଟନ କରାଯାଇଥିଲା l ସେହିଭଳି ୪ଟି ଗ୍ରାମପଞ୍ଚାୟତ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟରେ ଉତ୍ତମ ପ୍ରଦର୍ଶନ କରିଥିବାରୁ ଜାତୀୟ ପୁରସ୍କାରରେ ପୋଡ଼ାପଦର, ମହୁଲପାଟଣା, ଗୋପାଳପୁର ଗ୍ରାମପଞ୍ଚାୟତକୁ ୩,୮୬,୪୭୩ ଟଙ୍କା ଏବଂ ସିଲେଟ ଗ୍ରାମପଞ୍ଚାୟତକୁ ୫,୭୯, ୭୧୦ଟଙ୍କାର ପ୍ରୋତ୍ସାହନ ରାଶି ମୁଖ୍ୟମନ୍ତ୍ରୀଙ୍କ ଦାରା ଭର୍ଚ୍ଚୁଆଲ ମୋର୍ଡ ମାଧ୍ୟମରେ ଚେକ ଦାରା
ଯୋଗେଇ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ଇନ୍ଦିରାବତୀ ଜଳଭଣ୍ଡାରରେ ନିତିଦିନିଆ ଡଙ୍ଗାଚଳକୁ ଦୃଷ୍ଟିରେ ରଖି ସେମାନଙ୍କୁ ସୁରକ୍ଷା ସରଞ୍ଜାମ ପ୍ରଦାନ କରାଯାଇଥିଲା। ଏଥିରେ ସମନ୍ବିତ ଶିଶୁ ବିକାଶ ଯୋଜନାର ଷ୍ଟଲ, ସ୍ବାସ୍ଥ୍ୟ ବିଭାଗ ଷ୍ଟଲ, କୃଷି ବିଭାଗ ଷ୍ଟଲ ମାନ ଖୋଲାଯାଇ ଲୋକଙ୍କୁ ସଚେତନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri