ସିଡିପିଓଙ୍କ ଅଧ୍ୟକ୍ଷତାରେ ହେଲା ବ୍ଳକସ୍ତରୀୟ ପୋଷଣ ମାସ କାର୍ଯ୍ୟକ୍ରମ: ସୁସ୍ଥ ଜୀବନଯାପନ ପାଇଁ…

ଦିଗପହଣ୍ଡି,୧୬।୧୦(ଅଶେଷ ନାଥ ମିଶ୍ର) : ଦିଗପହଣ୍ଡି ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ସଭାଗୃହ ପରିସରରେ ବ୍ଳକସ୍ତରୀୟ ପୋଷଣ ମାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସିଡିପିଓ ପୁଷ୍ପାଞ୍ଜଳି ଶତପଥୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉମେଶ ସେଠୀ , ବ୍ଳକ ସାମାଜିକ ସୁରକ୍ଷା ଅଧିକାରିଣୀ ରଶ୍ମୀ ପ୍ରକାଶିନୀ ଜାନୀ , ବମକୋଇ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପିଏଚଇଓ ସଂଯୁକ୍ତା ଜେନା , ସ୍ବାସ୍ଥ୍ୟକର୍ମୀ ରଜନୀ ରାଣୀ ବେହେରା ପ୍ରମୁଖ ମଞ୍ଚାସିନ ଥିଲେ। ମେଦ ବହୁଳତା ନିୟନ୍ତ୍ରଣ ଏବଂ ପୋଷଣ ଯୁକ୍ତ ଖାଦ୍ୟ ଖାଇବା ଦ୍ବାରା କିଭଳି ସୁସ୍ଥ ଜୀବନ ପାଇପାରିବେ ସେନେଇ ସଭାରେ ଆଲୋକପାତ କରାଯାଇଥିଲା । ଏଥିସହ ପୁଷ୍ଟିକର ଖାଦ୍ୟ ସାମଗ୍ରୀର ପ୍ରଦର୍ଶନ କରାଯିବା ସହ ଗର୍ଭବତୀ ମହିଳାଙ୍କ ଗୋଦଭରାଇ ଅବସରରେ ସେମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ମୋ ଗେହ୍ଲା ଝିଅ , ଅନ୍ନପ୍ରସନ୍ନ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା। ପରିଶେଷରେ ୧୧ଟି ସେକ୍ଟରର ୧୧ ଜଣ ଅଙ୍ଗନୱାଡ଼ି କର୍ମୀ ଓ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମସ୍ତ ସେକ୍ଟରର ଅଙ୍ଗନୱାଡ଼ି ସୁପ୍ରଭାଇଜର , ଅଙ୍ଗନୱାଡ଼ି କର୍ମୀ ବୃନ୍ଦ ଉପସ୍ଥିତ ରହିବସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri