ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଉଦ୍‌ଯାପିତ

କର୍ଲାମୁଣ୍ଡା,୧୨ା୩ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ ମଙ୍ଗଳବାର ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଘାଟନୀ ସଭାରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରାମ ଚନ୍ଦ୍ର ସା ସଭାପତିତ୍ୱ କରିଥିଲେ। ସ୍ଥାନୀୟ ସରପଞ୍ଚ ସ୍ବର୍ଣ୍ଣ ଲତା ସାହୁ ମୁଖ୍ୟ ଅତିଥି, ଭାରପ୍ରାପ୍ତ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରୋହିତ କୁମାର ରଣା ମୁଖ୍ୟ ବକ୍ତା ଓ କର୍ଲାମୁଣ୍ଡା ଖ ଯୋନ ଜିଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, ଏବିଇଓ ଗୋପମଣୀ ସାହୁ, ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପୂର୍ଣ୍ଣ ଚନ୍ଦ୍ର ରାଉତ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ ବିଚାରକ ଭାବେ କେସିଙ୍ଗା ବ୍ଲକ ତୁଣ୍ଡଳା ସିଆର୍‌ସିସି ଗୋପାଳ ପଧାନ, କାଣ୍ଡେଲ ସିଆର୍‌ସିସି ଅଶୁତୋଷ ଭୋଇ ରହିଥିଲେ। ଉଦ୍‌ଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା କୁନି ସାହୁ, ସମ୍ମାନିତ ଅତିଥି ଭାବେ ତହସିଲଦାର ଅରୁଣ ବର୍ଗେ ଯୋଗଦେଇ କୃତୀ ଛାତ୍ରୀଛାତ୍ରଙ୍କୁ ପ୍ରମାଣପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ବୀମା ରାଶି ପ୍ରଦାନ

ଛତ୍ରପୁର,୧୦।୭(ଦିଲୀପ ସାମଲ): ୨୦୨୪ ମସିହାରେ କାର୍ଯ୍ୟରତ ଅବସ୍ଥାରେ ଅକସ୍ମାତ ହୃଦ୍ଘାତରେ ପରଲୋକବରଣ କରିଥିବା ଚମାଖଣ୍ଡି ପୋଲିସ ଥାନା କର୍ମଚାରୀ ସଞ୍ଜିତ ସ୍ବାଇଁଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri