ତୁମୁଡିବନ୍ଧ ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ ସ୍ତରୀୟ ବାଲବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ

ତୁମୁଡିବନ୍ଧ,୨୪ା୧୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ବିଦ୍ୟାଳୟରେ ସୋମବାର ବ୍ଲକ୍ ସ୍ତରୀୟ ବାଲବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ତୁମୁଡିବନ୍ଧ ବ୍ଲକର ୧୪୯ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟରୁ ଆସିଥିବା ଛାତ୍ରଛାତ୍ରୀମାନେ ମୋଟ ୯୫ଟି ପ୍ରକଳ୍ପ ପ୍ରଦର୍ଶନ କରିଥିଲେ।ନାଗାର୍ଜୁନ ପ୍ରଧାନ ଏବଂ ଶ୍ୟାମ ସୁନ୍ଦର ସାହୁ ବିଚାରକ ଭାବେ ସମସ୍ତ ପ୍ରକଳ୍ପକୁ ପରିଦର୍ଶନ କରିଥିଲେ।

ପ୍ରଦର୍ଶିତ ପ୍ରକଳ୍ପଗୁଡ଼ିକ ମଧ୍ୟରୁ ମୋଟ ୧୦ଟି ପ୍ରକଳ୍ପକୁ ଜିଲ୍ଲା ସ୍ତରୀୟ ପ୍ରଦର୍ଶନୀ ପାଇଁ ଚୟନ କରାଯାଇଛି। ଅପରାହ୍ନରେ ଆୟୋଜିତ ଏକ ସଭା କାର୍ଯ୍ୟକ୍ରମରେ ଗୁଣିଜ୍ଞ ଅତିଥିମାନେ ଯୋଗ ଦେଇଥିଲେ।

ଶିକ୍ଷକ ଦାରା ସିଂ ବାରିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ତୁମୁଡିବନ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗଣେଶ ପ୍ରଧାନ ମୁଖ୍ୟ ଅତିଥି, ତୁମୁଡିବନ୍ଧ ବ୍ଲକ୍ ସାଂସଦ ପ୍ରତିନିଧି ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ। ସେହିପରି ପୂର୍ବତନ ଜିଲା ପରିଷଦ ଉପାଧ୍ୟକ୍ଷ ନେତ୍ର ମାନସେଠ, ତୁମୁଡିବନ୍ଧ ଏଏଚଓ ଦେବାଶିଷ ମଲ୍ଲିକ, ଏବିଇଓ ନିଳେନ୍ଦ୍ର ଦିଗାଲ, ପ୍ରଧାନ ଶିକ୍ଷକ ଶ୍ରୀଚନ୍ଦ୍ର ବଳିଆରସିଂ ପ୍ରମୁଖ ଉପସ୍ଥିତ ଥିଲେ।

ଅତିଥିମାନେ ଛାତ୍ରଛାତ୍ରୀମାନଙ୍କୁ ବିଜ୍ଞାନ ଏବଂ ମାନବ ସମାଜ ପାଇଁ ଏହାର ଉପକାରିତା ଉପରେ ବକ୍ତବ୍ୟ ରଖିଥିଲେ। କାର୍ଯ୍ୟକ୍ରମ ଶେଷରେ ସମସ୍ତ ଛାତ୍ରଛାତ୍ରୀଙ୍କୁ ମାନପତ୍ର ଏବଂ କୃତି ଛାତ୍ରଛାତ୍ରୀଙ୍କୁ ମାନପତ୍ର ସହ କପ୍ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri