ତୁମୁଡିବନ୍ଧ ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ ସ୍ତରୀୟ ବାଲବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ

ତୁମୁଡିବନ୍ଧ,୨୪ା୧୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ବିଦ୍ୟାଳୟରେ ସୋମବାର ବ୍ଲକ୍ ସ୍ତରୀୟ ବାଲବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ତୁମୁଡିବନ୍ଧ ବ୍ଲକର ୧୪୯ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟରୁ ଆସିଥିବା ଛାତ୍ରଛାତ୍ରୀମାନେ ମୋଟ ୯୫ଟି ପ୍ରକଳ୍ପ ପ୍ରଦର୍ଶନ କରିଥିଲେ।ନାଗାର୍ଜୁନ ପ୍ରଧାନ ଏବଂ ଶ୍ୟାମ ସୁନ୍ଦର ସାହୁ ବିଚାରକ ଭାବେ ସମସ୍ତ ପ୍ରକଳ୍ପକୁ ପରିଦର୍ଶନ କରିଥିଲେ।

ପ୍ରଦର୍ଶିତ ପ୍ରକଳ୍ପଗୁଡ଼ିକ ମଧ୍ୟରୁ ମୋଟ ୧୦ଟି ପ୍ରକଳ୍ପକୁ ଜିଲ୍ଲା ସ୍ତରୀୟ ପ୍ରଦର୍ଶନୀ ପାଇଁ ଚୟନ କରାଯାଇଛି। ଅପରାହ୍ନରେ ଆୟୋଜିତ ଏକ ସଭା କାର୍ଯ୍ୟକ୍ରମରେ ଗୁଣିଜ୍ଞ ଅତିଥିମାନେ ଯୋଗ ଦେଇଥିଲେ।

ଶିକ୍ଷକ ଦାରା ସିଂ ବାରିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ତୁମୁଡିବନ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗଣେଶ ପ୍ରଧାନ ମୁଖ୍ୟ ଅତିଥି, ତୁମୁଡିବନ୍ଧ ବ୍ଲକ୍ ସାଂସଦ ପ୍ରତିନିଧି ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ। ସେହିପରି ପୂର୍ବତନ ଜିଲା ପରିଷଦ ଉପାଧ୍ୟକ୍ଷ ନେତ୍ର ମାନସେଠ, ତୁମୁଡିବନ୍ଧ ଏଏଚଓ ଦେବାଶିଷ ମଲ୍ଲିକ, ଏବିଇଓ ନିଳେନ୍ଦ୍ର ଦିଗାଲ, ପ୍ରଧାନ ଶିକ୍ଷକ ଶ୍ରୀଚନ୍ଦ୍ର ବଳିଆରସିଂ ପ୍ରମୁଖ ଉପସ୍ଥିତ ଥିଲେ।

ଅତିଥିମାନେ ଛାତ୍ରଛାତ୍ରୀମାନଙ୍କୁ ବିଜ୍ଞାନ ଏବଂ ମାନବ ସମାଜ ପାଇଁ ଏହାର ଉପକାରିତା ଉପରେ ବକ୍ତବ୍ୟ ରଖିଥିଲେ। କାର୍ଯ୍ୟକ୍ରମ ଶେଷରେ ସମସ୍ତ ଛାତ୍ରଛାତ୍ରୀଙ୍କୁ ମାନପତ୍ର ଏବଂ କୃତି ଛାତ୍ରଛାତ୍ରୀଙ୍କୁ ମାନପତ୍ର ସହ କପ୍ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri