ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ ମେଳାରେ ଅପର ପ୍ରାଇମେରୀ ସ୍କୁଲ ଏବଂ ହାଇସ୍କୁଲରୁ ଛାତ୍ରୀଛାତ୍ରମାନେ ୧୫୦ରୁ ଉର୍ଦ୍ଧ୍ୱ ପ୍ରକଳ୍ପ ପ୍ରଦର୍ଶିତ କରିଥିଲେ । ଏଥିରେ ବ୍ଲକ ଶିକ୍ଷା ଅଧିକାରୀଣୀ ପ୍ରିୟଦର୍ଶିନୀ ନାୟକ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷା ଯଶଶ୍ୱିନୀ ରାଉତ ଯୋଗ ଦେଇ ଫିତା କାଟି ଏହାର ଉଦ୍‌ଘାଟନ କରିଥିଲେ । ମୁଖ୍ୟବକ୍ତା ଭାବେ ପରଜଙ୍ଗ କଲେଜର ଗଣିତ ମୁଖ୍ୟ ଅଧ୍ୟାପକ ସଚ୍ଚିଦାନନ୍ଦ ପ୍ରଧାନ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପିଏମ ଶ୍ରୀ ମହେଶ୍ଚନ୍ଦ୍ର ସୁବହୁ ସିଂ ନୋଡାଲ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ବିକ୍ରମ ସିଂ ଯୋଗଦେଇଥିଲେ । ଅନ୍ୟତମ ଅତିଥି ଭାବେ ଏବିଇଓ ସଂଯୁକ୍ତା ସାମଲ, ସତ୍ୟବ୍ରତ ସାହୁ, ବୈଜଷ୍ଟ ବ୍ୟକ୍ତି ଦୁର୍ଗା ଚରଣ ନାୟକ, ଲୋଧଣୀ ହାଇସ୍କୁଲ ର ପ୍ରଧାନ ଶିକ୍ଷକ ଦୁଷ୍ମନ୍ତ କୁମାର ବିଶାଳ, ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋ ର ପ୍ରଧାନ ଶିକ୍ଷକ ଲକ୍ଷ୍ମୀନାରାୟଣ ପ୍ରସାଦ ଭୁଜବଳ ପ୍ରମୁଖ ମଞ୍ଚାସିନ ଥିଲେ । ସିଆରସିସି ଦୁଷ୍ମନ୍ତ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ। ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ର ପ୍ରକଳ୍ପ ବୁଲି ଦେଖିଥିଲେ ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri