ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର: ଛାତ୍ରଛାତ୍ରୀଙ୍କ ପକ୍ଷରୁ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ

ଲୋଇସିଂହା, ୩ା୯ (ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଉପରବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚଳିତ ବର୍ଷର ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।
ଆଲୋଚନାଚକ୍ରରେ ଭାଗ ନେଇଥିବା ଛାତ୍ରଛାତ୍ରୀମାନେ କୁଇଜ ସହ ‘ଭାରତର ଶକ୍ତି ସମ୍ପଦ : ୨୦୪୭ର ସମ୍ଭାବନା ଓ ଆହ୍ବାନ’ ବିଷୟରେ ନିଜ ନିଜର ମତାମତ ଓ ଚିନ୍ତାଧାରା ଉପସ୍ଥାପନ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ପକ୍ଷରୁ ୩୫ଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା।

ବିଚାରକ ଭାବେ ବେନ୍ଦ୍ର ରଘୁନାଥ ନୋଡାଲ ହାଇସ୍କୁଲର ଶିକ୍ଷକ ପ୍ରଦୀପ ପ୍ରଧାନ ଓ ନୁନିଆପାଲି ହାଇସ୍କୁଲର ଶିକ୍ଷକ ଜଗଦାନନ୍ଦ ବିଶ୍ୱାଳ ଯୋଗଦେଇଥିଲେ। ବ୍ଲକ ବିଜ୍ଞାନ ଆବାହକ ହେମନ୍ତ ବାରିକ ଓ ସଂଯୋଜକ ବିଷ୍ଣୁ ପ୍ରସାଦ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ପୁରସ୍କାର ବିତରଣୀ ଉତ୍ସବରେ ବିଇଓ ନାରାୟଣ ଭୂଏ ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ କରିଥିଲେ। ଏଥିସହ କୃତୀ ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ ଓ ମାନପତ୍ର ପ୍ରଦାନ କରି ପୁରସ୍କୃତ କରିଥିଲେ।

ଉଦ୍‌ଘାଟନୀ ଉତ୍ସବରେ ଆୟୋଜକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସୁଜାତା ଯାଦବ ଅଧ୍ୟକ୍ଷତା କରିଥିବାବେଳେ ଏବିଇଓ ରୁଦ୍ରଦେବ ଷଡ଼ଙ୍ଗୀ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ। ଲୋଇସିଂହା ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସଦାନନ୍ଦ ଭୋଇ ଓ ଯୋଗୀସଡ଼ା ହରିହର ନୋଡାଲ ହାଇସ୍କୁଲର ପ୍ରଧାନଶିକ୍ଷକ ଡୋଲାମଣୀ ସାହୁଙ୍କ ସମେତ ବିଭିନ୍ନ ବିଦ୍ୟାଳୟର ଗାଇଡ ଶିକ୍ଷକ, ସିଆରସିସି ଓ ଆୟୋଜକ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପରିବହନକୁ ନେଇ ଗୋଷ୍ଠୀ ସଂଘର୍ଷ; ମରଣାତ୍ମକ ଆକ୍ରମଣରେ ୪ରୁ ଅଧିକ ଗୁରୁତର

ସୁନ୍ଦରଗଡ଼,୪।୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ହେମଗିରି ଥାନା ଅନ୍ତର୍ଗତ ଗର୍ଜନବାହାଲ କୋଇଲା ଖଣିରେ ଗୁରୁବାର ବିଳମ୍ବିତ ରାତିରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଗାଡ଼ି ଧାଡ଼ିରେ…

ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ:ସୁରଧାପାଲି ଜଙ୍ଗଲରୁ ୩୪ ଏକରରୁ ଊର୍ଦ୍ଧ୍ୱ ଜବରଦଖଲ ଉଚ୍ଛେଦ

ଅମରପାଲି, ୪।୯(ପୀତାମ୍ବର ସାହୁ): ସୁବର୍ନପୁର ଜିଲା ବୀରମହାରାଜପୁର ତହସିଲ ଅଧୀନ କେନଝିରିଆପାଲି ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ ସୁରଧାପାଲି ଜଙ୍ଗଲ ମୌଜାରେ ଦୀର୍ଘଦିନ ଧରି ହୋଇଆସୁଥିବା ଜବରଦଖଲ…

ବର୍ଷାରେ ବି ବଢୁଛି ପର୍ଯ୍ୟଟକଙ୍କ ଭିଡ଼: ଦାରିଙ୍ଗବାଡ଼ି ପର୍ଯ୍ୟଟନ ବିକାଶ ପାଇଁ ନୂଆ ପଦକ୍ଷେପ

ଦାରିଙ୍ଗବାଡ଼ି,୪।୯(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡ଼ିକୁ ବର୍ଷତମାମ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର କରିବା ସହ ପର୍ଯ୍ୟଟନ କ୍ଷେତ୍ରର ଆହୁରି ବିକାଶ ଓ ରୂପାନ୍ତରଣ ପାଇଁ…

ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡିବସିଲା ବାରକୋଟ ପୋଲିସ, ୫୫ କେଜି…

ଦେବଗଡ,୪।୯(ଶଶାଙ୍କ ଶେଖର ଝାଙ୍କର): ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡିବସିଲା ବାରକୋଟ ଥାନା ପୋଲିସ । ଚଢାଉ କରାଯାଇ ଏକ ଡିଜାୟାର କାର ସହିତ ୫୫ କିଲୋଗ୍ରାମ…

ପମ୍ପ ଅପରେଟର ପାଇନାହାନ୍ତି ୬ ମାସର ପାରିଶ୍ରମିକ: ୭ରୁ କାର୍ଯ୍ୟବନ୍ଦ ଚେତାବନୀ

ଲୋଇସିଂହା, ୩ା୯: ଲୋଇସିଂହା ଏନ୍‌ଏସି ଅଧୀନ ଲୋଇସିଂହା ଓ ବୁର୍ଡା ଅଞ୍ଚଳରେ କାର୍ଯ୍ୟରତ ଏସିଏମ୍‌ ଓ ପାନୀୟଜଳ ପ୍ରକଳ୍ପର ପମ୍ପ ଅପରେଟରମାନେ ଦୀର୍ଘ ୬ ମାସ ଧରି…

ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍‌ଏଚ୍‌ଏଆଇ

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍‌ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍‌ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି।…

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ…

କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍‌ଆଉଟ ଛାତ୍ରୀଛାତ୍ର

ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri