ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆନନ୍ଦଉଲ୍ଲାସର ସହ ଅନୁଷ୍ଠିତ ହୋଇଯାଇଛି। ବ୍ଲକ୍‌ର ବିଭିନ୍ନ ଜୋନାଲ ସ୍ତରୀୟ ପ୍ରତିଯୋଗିତାରୁ କୃତିତ୍ୱ ହାସଲ କରି ଚୟନ ହୋଇଥିବା ଶହ ଶହ ଛାତ୍ରଛାତ୍ରୀ ଏହି କ୍ରୀଡ଼ା ମହୋତ୍ସବରେ ଭାଗନେଇ ନିଜ ନିଜର କ୍ରୀଡ଼ା ପ୍ରତିଭା ପ୍ରଦର୍ଶନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଭଞ୍ଜନଗର ପଞ୍ଚାୟତ ସମିତି ଅଧ୍ୟକ୍ଷ ନରିସଭା ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କ୍ରୀଡ଼ାର ମହତ୍ତ୍ୱ ଓ ଛାତ୍ରଜୀବନରେ ଏହାର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଥିଲେ। ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗଜେନ୍ଦ୍ର ସେଠୀ ସଭାପତିତ୍ୱ କରିଥିବା ବେଳେ ଶିକ୍ଷୟିତ୍ରୀ ବୈଜୟନ୍ତୀ ମାଳା ପ୍ରିୟଦର୍ଶିନୀ ସ୍ୱାଗତ ଭାଷଣ ଦେଇଥିଲେ।

ଉକ୍ତ ସମାରୋହରେ ଅନ୍ୟତମ ଅତିଥି ଭାବେ ଭଞ୍ଜନଗର ବ୍ଲକ୍ ଏମ୍‌ପି ପ୍ରତିନିଧି ଧୋବା ଗୌଡ଼, ଗଞ୍ଜାମ ଜିଲା ପରିଷଦ ଏମ୍‌ପି ପ୍ରତିନିଧି ଶିବ ଶଙ୍କର ପ୍ରଧାନ, ଭଞ୍ଜନଗର ଗୋଷ୍ଠୀ କ୍ରୀଡ଼ା ସମ୍ପାଦକ ଆଲୋକ ସ୍ୱାଇଁ, ପି.ଏମ୍. ଶ୍ରୀ ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ମଦନ ମୋହନ ରଥ, ଗାଲେରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଉମାକାନ୍ତ ନାହାକ, ବହାଡାପଦର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଏବଂ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷା ପି. କୁନିଆମ୍ମା ଦୋରା ଯୋଗଦେଇ କ୍ରୀଡ଼ାବିତ୍‌ମାନଙ୍କୁ ଉତ୍ସାହିତ କରିଥିଲେ। କ୍ରୀଡ଼ା ଶିକ୍ଷକ ଧନୁର୍ଜୟ ଦଳବେହେରା ଓ ଚିନ୍ମୟ ସାହୁ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ଉଦ୍‌ଯାପନୀ ଉତ୍ସବରେ ଅତିଥିମାନେ କହିଥିଲେ ଯେ କ୍ରୀଡ଼ା ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ଶାରୀରିକ ଦକ୍ଷତା ବୃଦ୍ଧି ପାଇବା ସହ ଶୃଙ୍ଖଳା, ନେତୃତ୍ୱ, ଦଳଗତ ମନୋଭାବ ଓ ପ୍ରତିଯୋଗିତାମୂଳକ ମନୋଭାବର ବିକାଶ ଘଟିଥାଏ। ଶେଷରେ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ଓ ସଂବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଶିକ୍ଷୟିତ୍ରୀ ଉଷାରାଣୀ ଦାସ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?