ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା ଶକ୍ତି ସମାବେଶ ଓ ସୁଭଦ୍ରା ଶକ୍ତି ସମ୍ବାଦ’ କାର୍ଯ୍ୟକ୍ରମ ଶନିବାର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ବିଡିଓ ଧ୍ରୁବଚରଣ ମୁଦୁଲିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ସମାବେଶରେ ପ୍ରାୟ ୨୧୨ ଜଣ ପ୍ରତିଭାଗୀ ଅଂଶଗ୍ରହଣ କରିଥିଲେ। ମା’ ମାଣିକେଶ୍ୱରୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଏହି ଭବ୍ୟ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ସାଂସଦଙ୍କ ବ୍ଲକ ପ୍ରତିନିଧି ପବିତ୍ର ନାଏକ, ସିଡିପିଓ ମଧୁବାଳା ବାଗ, ଜିଲା ପରିଷଦ ସଦସ୍ୟା ଟୁନି ଖୋସ୍ଲା, ସ୍ଥାନୀୟ ସମିତି ପୁଷ୍ପାଞ୍ଜଳି ନାଏକ, ଯୁବ ନେତା ସୁଜନ ନାଏକ, ଥୁଆମୂଳ ରାମପୁର ମଣ୍ଡଳ ସଭାପତି ଦୟାନିଧି ଭୋଇ, ସାଧାରଣ ସମ୍ପାଦକ ଆଲୋକ କୁମାର ନାଏକ, ଭାଜପା ନେତା ବିପିନ ବିହାରୀ ନାଏକଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଓ ମହିଳା ନେତ୍ରୀମାନେ ଉପସ୍ଥିତ ଥିଲେ। ସେହିପରି ରାଜେନ୍ଦ୍ର ନାରାୟଣ ଦେବ ମଞ୍ଚ ପରିଚାଳନା କରିଥିବା ବେଳେ ମିଶନ ଶକ୍ତିର ବ୍ଲକ ପ୍ରକଳ୍ପ ସଂଯୋଜକ ପ୍ରତାପ ନାଏକ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ, ଏବଂ ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ ଯୋଗାଣ ନିରୀକ୍ଷକ ବିଭୂରଞ୍ଜନ ସାହୁ, ବିଏସଏସଓ ସୁନାରାମ ସୱରେନ ଓ ଅନ୍ୟାନ୍ୟ ବ୍ଲକ କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ସମାବେଶରେ ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଓ ମହିଳାମାନଙ୍କ ଆର୍ଥିକ ଅଭିବୃଦ୍ଧି ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା। ବିଶେଷ କରି ’ଲକ୍ଷପତି ଦିଦି’ମାନଙ୍କୁ କିଭଳି ’ମହାଲକ୍ଷପତି ଦିଦି’ ଭାବେ ଗଢ଼ିତୋଳାଯିବ, ସେହି ଦିଗରେ ଆଲୋକପାତ କରାଯାଇଥିଲା। ଏହି ଅବସରରେ କାର୍ଯ୍ୟକ୍ରମରେ ୨୫ ଜଣ ସଫଳ ’ଲକ୍ଷପତି ଦିଦି’ଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିବା ବେଳେ ୧୨ ଜଣ ଅଙ୍ଗନଓ୍ବାଡି କର୍ମୀଙ୍କୁ କେନ୍ଦ୍ରର ଦୈନନ୍ଦିନ କାର୍ଯ୍ୟ ସୁଚାରୁରୂପେ ତୁଲାଇବା ପାଇଁ ସ୍ମାର୍ଟଫୋନ ବଣ୍ଟନ କରାଯାଇଥିଲା। ଏହି ସମାବେଶରେ ବହୁ ସଂଖ୍ୟାରେ ସୱୟଂ ସହାୟକ ଗୋଷ୍ଠୀର ମହିଳା ଓ ଅଙ୍ଗନଓ୍ବାଡି କର୍ମୀ ଉପସ୍ଥିତ ଥିଲେ।

Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ଟ୍ୱିଷ୍ଟ! ଅମିତ ଶାହାଙ୍କ ସହ ଏହି ଏମପିଙ୍କ ବୈଠକଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ନୂଆ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି । ତୃଣମୂଳ କଂଗ୍ରେସ (TMC) ଛାଡ଼ିଥିବା ତିନିଜଣ ମୁସଲିମ ଏମପି ଆଜି ସଂସଦ…

କେଜରିୱାଲଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବ୍ଲକ! ଏଏପି ମୁଖ୍ୟ କହିଛନ୍ତି – ‘ମେଟା ମୋଦି ସରକାରଙ୍କ ଆଗରେ ମୁଣ୍ଡ ନୁଆଁଇବା ଉଚିତ ନୁହେଁ’

ନୂଆଦିଲ୍ଲୀ,୬।୮: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି (ଏଏପି)ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ଏକ ଭିଡିଓ ଶେୟାର କରି ପ୍ରକାଶ କରିଛନ୍ତି ଯେ…

ହଷ୍ଟେଲ ଛାଡ଼ିଲେ ଶତାଧିକ ଛାତ୍ର, ହାତରେ ବ୍ୟାଗ୍‌ ଧରି ୧୦ କିଲୋମିଟର ଚାଲିଲେ

ଝରିଗାଁ,୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ସରକାର କେଜିରୁ ପିଜି ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ପାଇଁ ଗୁରୁତ୍ୱ ଦେଉଥିବା ବେଳେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନଟେମରା…

ଭାରତର ଏହି ସ୍ଥାନରେ ଏଯାଏଁ ପହଞ୍ଚିନି କଳିଯୁଗ? ରହସ୍ୟ ଜାଣିଲେ କାବା ହୋଇଯିବେ…

ନୂଆଦିଲ୍ଲୀ,୬।୮: ହିନ୍ଦୁ ଧର୍ମଶାସ୍ତ୍ରଗୁଡ଼ିକରେ ଚାରୋଟି ଯୁଗ— ତ୍ରେତାୟୁଗ, ସତ୍ୟଯୁଗ, ଦ୍ୱାପର ଯୁଗ ଏବଂ କଳିଯୁଗର ବର୍ଣ୍ଣନା କରାଯାଇଛି। ତିନୋଟି ଯୁଗ ଶେଷ ହୋଇସାରିଛି ଏବଂ ଏବେ ଶେଷ…

ବଳାତ୍କାର ମାମଲାରେ ତରୁଣ ତେଜପାଲଙ୍କୁ ୧୦ ବର୍ଷ ଜେଲଦଣ୍ଡ

ମୁମ୍ବାଇ,୬।୮: ବମ୍ବେ ହାଇକୋର୍ଟ ତେହେଲକା ପତ୍ରିକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଳାତ୍କାର ମାମଲାରେ ୧୦ ବର୍ଷ ଜେଲଦଣ୍ଡ ଦେଇଛନ୍ତି। ନିମ୍ନ ଅଦାଲତର ରାୟକୁ ପ୍ରତ୍ୟାଖ୍ୟାନ…

ଏହି ମନ୍ଦିରରେ ୩୦୦ ବର୍ଷ ଧରି ଜଳୁଛି ଅଖଣ୍ଡ ଦୀପ, ଦିନକୁ ୩ ଥର ହୋଇଥାଏ ଶିବଲିଙ୍ଗର ରଙ୍ଗ ପରିବର୍ତ୍ତନ

ଶ୍ରାବଣ ମାସରେ ଭଗବାନ ଶିବଙ୍କ ପୂଜା କରିବାର ବହୁତ ମହତ୍ତ୍ୱ ରହିଛି। ସାରା ଦେଶରେ ଅନେକ ଶିବ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକକୁ ଚମତ୍କାର…

ବୁମ୍‌ରାଙ୍କୁ ବର୍ଷେ ଯାଏ ବିଦା କରିଦିଅ….ପୂର୍ବତନ କ୍ରିକେଟର୍‌ଙ୍କ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ

ନୂଆଦିଲ୍ଲୀ,୬।୮: ଭାରତୀୟ ପେସ୍‌ ବୋଲର୍‌ ଜସପ୍ରିତ ବୁମରା ନିଜ ବୋଲିଂ ଆକ୍ସନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବୁମରା ଆଣ୍ଠୁ ଆଘାତ ସହିତ ସଂଘର୍ଷ କରୁଛନ୍ତି। ଫଳରେ…

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri