ସାନଖେମୁଣ୍ଡିରେ ବ୍ଲକସ୍ତରୀୟ ‘ସୁରଭି’

ଦିଗପହଣ୍ଡି/ପାଟପୁର, ୧ା୧୧ (ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ)- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ମୌଳାଭଞ୍ଜା ନୋଡାଲ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଛି। ପ୍ରଧାନଶିକ୍ଷୟତ୍ରୀ ଭାରତୀ ମହାରଣାଙ୍କ ସଭାପତିତ୍ୱରେ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଇଓ କୋରେଶୁ ସେଠୀ, ମୁଖ୍ୟବକ୍ତା ଭାବେ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜ ଅଧ୍ୟାପକ ଡ. କୈଳାସଚନ୍ଦ୍ର ସ୍ବାଇଁ, ସମ୍ମାନିତ ଅତିଥି ଭାବେ ଏବିଇଓ ଶୁକଦେବ ମଲ୍ଲିକ, ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜିକା ରୀତାଞ୍ଜଳି ରଥ, ଛଣମେରି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ଜଗଦୀଶ ମୁନି, ସ୍କୁଲ ପରିଚାଳନା କମିଟି ସଭାନେତ୍ରୀ ପ୍ରତିମା ମହାରଣା ସରପଞ୍ଚ ବର୍ଷାରାଣୀ ସେଠୀ, ସମିତି ସଭ୍ୟ ଶରତ ସ୍ବାଇଁ, ପୂର୍ବତନ ସରପଞ୍ଚ ସୂର୍ଯ୍ୟ ନାରାୟଣ ଦଳବେହେରା ଯୋଗଦେଇ ଛାତ୍ରୀଛାତ୍ରଙ୍କ ଗୁଣାତ୍ମକ ଶିକ୍ଷା, ସୃଜନ ଶକ୍ତି ଓ ସେମାନଙ୍କ ଅର୍ନ୍ତନିହିତ ପ୍ରତିଭା ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ। ସାଂସ୍କୃତିକ ପ୍ରତିଯୋଗିତାରେ ଲୋକନୃତ୍ୟ ଗୁରୁ ଆଲୋକ ବିଷୋୟୀ, ଓଡ଼ିଶୀ ନୃତ୍ୟଗୁରୁ ପ୍ରଦୀପ ରଥ ଯୋଗ ଦେଇଥିଲେ। ପ୍ରବନ୍ଧ ,ବକ୍ତୃତା, କଣ୍ଠ ସଙ୍ଗୀତ, ନୃତ୍ୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଏହି ବ୍ଲକସ୍ତରୀୟ ସୁରଭିରୁ ଜିଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’କୁ ପ୍ରତିଯୋଗୀ ଚୟନ ହୋଇଛନ୍ତି। ସିଆରସିସି ଡି. ମୁକେଶ ପାତ୍ର, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଓ ବିଦ୍ୟାଳୟ ଶିକ୍ଷୟତ୍ରୀଶିକ୍ଷକମାନେ ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ଭଞ୍ଜନଗର ବିଇଓଙ୍କ ତ୍ୱରିତ ପଦକ୍ଷେପ: ଅବସର ଦିନ ହିଁ ମିଳିଲା ୬ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଫାଇନାଲ ପେନସନ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ମଙ୍ଗଳବାର ଚାକିରିରୁ ଅବସର ନେଇଥିବା ୬ ଜଣ ଶିକ୍ଷୟିତ୍ରୀ,…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri