ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିସହିତ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ଓ ‘ବିକଶିତ ଓଡ଼ିଶା ଶିକ୍ଷା ସଚେତନତା ରଥ’ର ଶୁଭାରମ୍ଭ କରାଯାଇଛି।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଭାତ କୁମାର ସାହୁଙ୍କ ପ୍ରତ୍ୟକ୍ଷ ପରିଚାଳନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ତୁମୁଡିବନ୍ଧ ବ୍ଲକ ଅଧ୍ୟକ୍ଷା ବାସନ୍ତି ମାଝି ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବ୍ଲକ ଏମପି ପ୍ରତିନିଧି ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ, ଅତିରିକ୍ତ ତହସିଲଦାର ବ୍ଲୁଚୁମ ପ୍ରଧାନ, ଗୋଷ୍ଠୀ ଶିକ୍ଷା ଅଧିକାରୀ (BEO) ଗଣେଶ୍ୱର ପ୍ରଧାନ, ପୂର୍ବତନ ଜିଲା ପରିଷଦ ଉପାଧ୍ୟକ୍ଷ ନେତ୍ର ମାନସେଠ, ତୁମୁଡିବନ୍ଧ ସରପଞ୍ଚ ପ୍ରିୟଙ୍କା ପଡରା, ଏବିଓ (ABO) ନିଳେନ୍ଦ୍ର ଦିଗାଲ, ସୃଷ୍ଟିଧର ସାମଲ ଓ ଡମ୍ବରୁଧର ସାହୁ,ଶିକ୍ଷୟତ୍ରୀ ରଶ୍ମୀ ରାଣୀ ନାୟକ,ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶିବ ଶଙ୍କର ଜେନା, ଭାଜପା ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀଚନ୍ଦ୍ର ପରାସେଠ, ପୂର୍ବତନ ମଣ୍ଡଳ ଯୁବ ଉପ-ସଭାପତି ଶଙ୍କର ବଡ଼ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ଉତ୍ସବର ପ୍ରାରମ୍ଭରେ ଅତିଥିମାନଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଯାଇଥିଲା। ଏହି ଅବସରରେ କୁନି କୁନି ଛାତ୍ରଛାତ୍ରୀମାନେ ରଙ୍ଗାରଙ୍ଗ ନୃତ୍ୟ ପରିବେଷଣ କରି ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲେ। ଏହାପରେ ଶିଶୁ ବାଟିକାର ନୂତନ ଛାତ୍ରଛାତ୍ରୀଙ୍କୁ ‘ଖଡ଼ି ଛୁଆଁ’ କରାଇ ଶିକ୍ଷାର ଶୁଭାରମ୍ଭ କରାଯାଇଥିଲା। ଶେଷରେ, ଶିକ୍ଷା ପ୍ରତି ଜନସଚେତନତା ସୃଷ୍ଟି କରିବା ପାଇଁ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ଓ ‘ବିକଶିତ ଓଡ଼ିଶା ଶିକ୍ଷା ସଚେତନତା ରଥ’କୁ ଅତିଥିମାନେ ସବୁଜ ପତାକା ଦେଖାଇ ଉଦଘାଟନ କରିଥିଲେ। ଶେଷରେ ଧନ୍ୟବାଦ ଅର୍ପଣ ପରେ କାର୍ଯ୍ୟକ୍ରମ ଶେଷ ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…

ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri