ବିପଦପୂର୍ଣ୍ଣ ଅବସ୍ଥାରେ ବ୍ଲକ ଜୀବିକା ମିଶନ ଅଫିସ୍‌

ଗୋପ,୧୬।୫(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ ବ୍ଲକ ଓଡ଼ିଶା ଜୀବିକା ମିଶନ କାର୍ଯ୍ୟାଳୟ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। କେତେବେଳେ ଯେ ଅଘଟଣ ଘଟିବ ତାହା କହିହେବନି। ଏପରି ଅବସ୍ଥାରେ ଜୀବିକା ମିଶନ ଅଧିକାରିଣୀ ଓ କର୍ମଚାରୀ କାର୍ଯ୍ୟାଳୟକୁ ଯିବାକୁ ଡରୁଛନ୍ତି। ଏଥିସହ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସମେତ ଅନ୍ୟମାନେ ଏହି କାର୍ଯ୍ୟାଳୟକୁ ଆସୁ ନ ଥିବା ଅଭିଯୋଗ ରହିଛି।
ପ୍ରକାଶ ଯେ, ରାଜ୍ୟ ସରକାର ୨୦୦୯ରେ ମହିଳାଙ୍କୁ ସ୍ବାବଲମ୍ବୀ କରିବା ଲାଗି ତୃପ୍ତି ନାମକ ଏକ କାର୍ଯ୍ୟାଳୟ ଖୋଲିବା ପରେ ତା’ର ନାମ ବଦଳାଇ ଓଡ଼ିଶା ଜୀବିକା ମିଶନ କାର୍ଯ୍ୟାଳୟ କରିଥିଲେ। ଗୋପ ବ୍ଲକ ପରିସରରେ ଏହି କାର୍ଯ୍ୟାଳୟ ପ୍ରଥମେ ଏକ ଆଜ୍‌ବେଷ୍ଟସ ଘରେ ଖୋଲା ଯାଇଥିଲା। ପରେ ଗୋପ ବ୍ଲକ କାର୍ଯ୍ୟାଳୟର ଉପର ଗୃହରେ ଚାଲିଥିଲା। କିନ୍ତୁ ଏହି ଉପର ଗୃହ ଅବସ୍ଥା ଏବେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। କାର୍ଯ୍ୟାଳୟର କାନ୍ଥଗୁଡିକ ଫାଟି ଆଁ କରିଥିବାବେଳେ ଝରକା କବାଟ ଭାଙ୍ଗି ପଡ଼ିଛି। ଦୈନନ୍ଦିନ ଏହି କାର୍ଯ୍ୟାଳୟକୁ ଶହଶହ ମହିଳା ବିଭିନ୍ନ କାର୍ଯ୍ୟରେ ଆସୁଥିବାବେଳେ ବିପଦପୂର୍ଣ୍ଣ ଗୃହରେ ବେଶି ସମୟ ରହୁନାହାନ୍ତି। ଅପରପକ୍ଷେ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରିଣୀ ଦୀପାଳି ଛାଟୋଇଙ୍କ ସମେତ ଅନ୍ୟ କର୍ମଚାରୀ ଭୟଭୀତ ଅବସ୍ଥାରେ କାର୍ଯ୍ୟ କରୁଛନ୍ତି। ଗୃହ ବିପଦପୂର୍ଣ୍ଣ ଅବସ୍ଥାରେ ଥିବାରୁ ସରକାରଙ୍କ ପକ୍ଷରୁ ଆସିଥିବା ଏସି ମଧ୍ୟ ଲାଗିପାରୁ ନାହିଁ। ଫଳରେ କର୍ମଚାରୀମାନେ ପ୍ରବଳ ଖରା ଯୋଗୁଁ ଗରମରେ ରହୁଛନ୍ତି। ଏ ସମ୍ପର୍କରେ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଦୃଷ୍ଟି ଦେବାକୁ ଦାବି ହେଉଥିବାବେଳେ ବିଡିଓ ଛବିରାଣୀ ସାହୁ ଖୁବ୍‌ଶୀଘ୍ର ଗୃହ ମରାମତି ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?