ବର୍ଷାଜଳରେ ବେହାଲ ବ୍ଲକ କାର୍ଯ୍ୟାଳୟ

ତୁମୁଡ଼ିବନ୍ଧ, ୧୧।୯ (ଦୀପକ କୁମାର ପରାସେଠ): ବର୍ଷାଜଳରେ ବେହାଲ ହୋଇପଡ଼ିଛି ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟ। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, କନ୍ଧମାଳ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିଲା। ଏହି ସୂଚନା ଅନୁଯାୟୀ ଶୁକ୍ରବାର ଅପରାହ୍ନରେ ତୁମୁଡ଼ିବନ୍ଧ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଥିଲା। ଫଳରେ ବର୍ଷାଜଳ ବ୍ଲକ କାର୍ଯ୍ୟାଳୟ ଭିତରକୁ ପଶିଯାଇଥିଲା।

ସାଧାରଣ ବିଭାଗ, ଗ୍ରାମୀଣ ଗୃହ ସଂଯୋଜନା ବିଭାଗ, ଗ୍ରାମ ପଞ୍ଚାୟତ ବିଭାଗ, ବିଭିଜି ରାମଜୀ ବିଭାଗ ଓ ଭିସି ହଲ୍‌ ସମେତ ଏକାଧିକ ବିଭାଗର କାର୍ଯ୍ୟାଳୟ ଭିତରକୁ ପାଣି ପଶିଥିଲା। ଫଳରେ କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀମାନେ ନିଜ ନିଜ କାର୍ଯ୍ୟାଳୟରୁ ବର୍ଷାଜଳ ନିଷ୍କାସନ କରିବା ସହ ପାଣି ପୋଛାପୋଛି କରିବାରେ ନାକେଦମ ହୋଇପଡ଼ିଥିଲେ।

ଚଳିତ ବର୍ଷରେ ଆଜିକୁ ମିଶାଇ ତିନିଥର ବ୍ଲକ କାର୍ଯ୍ୟାଳୟ ଭିତରକୁ ବର୍ଷାଜଳ ପଶିଥିବା ଜଣାଯାଇଛି। କାର୍ଯ୍ୟାଳୟର ପଛପଟେ ନୂତନ ଭାବେ ଏକ କୋଠା ନିର୍ମାଣ କାର୍ଯ୍ୟ ଚାଲିଛି। ଏହା ଅର୍ଦ୍ଧନିର୍ମିତ ଅବସ୍ଥାରେ ମୁକୁଳା ପଡ଼ିଥିବାରୁ ସେଠାରେ ଜମୁଥିବା ବର୍ଷାଜଳ ବ୍ଲକ କାର୍ଯ୍ୟାଳୟ ଭିତରକୁ ପଶିଆସୁଥିବା ଅଭିଯୋଗ ହୋଇଛି।

ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ ବର୍ଷାଜଳ ଯେପରି ବ୍ଲକ କାର୍ଯ୍ୟାଳୟ ଭିତରକୁ ନ ପଶେ, ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବା କଥା। ତେବେ ଏଭଳି ବ୍ୟବସ୍ଥା କରାଯାଇ ନ ଥିବାରୁ ବର୍ଷାଜଳ କାର୍ଯ୍ୟାଳୟ ଭିତରକୁ ପଶୁଥିବା ଅଭିଯୋଗ ହୋଇଛି। ଫଳରେ କାର୍ଯ୍ୟାଳୟରେ ଥିବା ବିଭିନ୍ନ ସରକାରୀ ନଥିପତ୍ର ପାଣିରେ ଭିଜି ନଷ୍ଟ ହେବା ଆଶଙ୍କା ଦେଖାଦେଇଛି।

ଏ ସମ୍ପର୍କରେ ବ୍ଲକ ବିଡିଓ ବନବିହାରୀ ହରପାଲଙ୍କୁ ପଚାରିବାରୁ, ବର୍ଷାଜଳ ଯେପରି ବ୍ଲକ କାର୍ଯ୍ୟାଳୟ ଭିତରକୁ ନ ପଶେ, ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା କରାଯିବ ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?